Report Card Odisha

| Daily Odia News

ବଜ୍ରପାତ ସତର୍କତା…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ସୋମବାର ରାଜ୍ୟର ପ୍ରାୟ ୧୪ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ଓ ପବନ ହେବାର ସମ୍ଭାବନା ରହିଛି। ପବନର ବେଗ ଘଣ୍ଟାପ୍ରତି ୬୦ କିମି ରହିପାରେ। ତେଣୁ ଏନେଇ ଜଗତ୍‌ସିଂହପୁର, କଟକ, କେନ୍ଦ୍ରାପଡ଼ା, ପୁରୀ, ଖୋର୍ଦ୍ଧା, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କୋରାପୁଟ, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା ଓ ଗଜପତି ଆଦି ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ସେହିପରି ବଜ୍ରପାତ ନେଇ ୧୫ଜିଲା କେନ୍ଦ୍ରାପଡ଼ା, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ନୟାଗଡ଼, ଗଞ୍ଜାମ, ସୋନପୁର, ବୌଦ୍ଧ, ବଲାଙ୍ଗୀର, ନବରଙ୍ଗପୁର ଓ ମାଲକାନଗିରିକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ରାଜ୍ୟରେ ଏବେ ପ୍ରାକ୍‌ ମୌସୁମୀ ବର୍ଷା ହେଉଛି। ଏହା ଆସନ୍ତା ୭ ଦିନ ପର୍ଯ୍ୟନ୍ତ ଜାରି ରହିବ। ଅଧିକାଂଶ ସ୍ଥାନରେ ବର୍ଷା ସହ ପବନ ମଧ୍ୟ ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ରବିବାର ସୂଚନା ଦେଇଥିଲେ। ଓଡ଼ିଶାକୁ ମୌସୁମୀ ଆସିବାକୁ କିଛିଦିନ ଲାଗିବ। ଉତ୍ତରପୂର୍ବାଞ୍ଚଳ ରାଜ୍ୟ ପରେ ଓଡ଼ିଶାକୁ ମୌସୁମୀ ଆସିବ। ଅନ୍ୟପଟେ ୨୭ ତାରିଖ ବେଳକୁ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଓ ପାଶର୍‌ବବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ହେଲେ ଏହା ବାତ୍ୟା ରୂପ ନେବାର ସମ୍ଭାବନା ନାହିଁ। ବାତ୍ୟା ନେଇ ଅପପ୍ରଚାର କରାଯାଉଥିବାରୁ ଏପରି ଗୁଜବଠାରୁ ସତର୍କ ରହିବା ପାଇଁ ସେ ପରାମର୍ଶ ଦେଇଛନ୍ତି।

Breaking News