ରିପୋର୍ଟ କାର୍ଡ /ଭୁବନେଶ୍ୱର
ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନ ଏବଂ ଉପକୂଳ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଶୁକ୍ରବାର ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ୨୪ ତାରିଖ ସକାଳ ୮ଟା ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଶୁକ୍ରବାର ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି ଓ ବାଲେଶ୍ୱର ଜିଲାରେ ବଜ୍ରପାତ ସହ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଣ୍ଟା ପ୍ରତି ଝଟ୍କା ପବନର ବେଗ ୩୦ରୁ ୪୦ କିଲୋମିଟର ରହିପାରେ। ଏହି ସବୁ ଜିଲ୍ଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।






More Stories
ଏମିତି ବଜେଟ୍ କେବେ ଦେଖିନି……
ବିଜେଡିରୁ ନିଲମ୍ବନ ହେଲେ ଶଶୀ…..
ରାଷ୍ଟ୍ରପତିଙ୍କ ଗସ୍ତ:ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରସ୍ତୁତି ଆରମ୍ଭ…..