ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଜି ୧୨ଜିଲ୍ଲା କୁ କାଳବୈଶାଖୀ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପାଣିପାଗ କେନ୍ଦ୍ରର ମୁଖ୍ୟ ଏଚ ଆର ବିଶ୍ୱାସ କହିଛନ୍ତି, ରାଜ୍ୟର ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ସୋନପୁର, ବରଗଡ, ବଲାଙ୍ଗୀର, ନୂଆପଡା, କନ୍ଧମାଳ, ନରବରଙ୍ଗପୁର, କୋରାପୁଟ ଆଦି ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହିସବୁ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସରକାରଙ୍କ ପକ୍ଷରୁ ସତର୍କ କରାଇ ଦିଆଯାଇଛି। ଆଜି ସକାଳ ସାଢ଼େ ୮ଟାରୁ ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ମଧ୍ୟ ଜାରି କରାଯାଇଛି |






More Stories
ଫେବୃଆରୀ ୧୯ରୁ ମାଟ୍ରିକ୍ ପରୀକ୍ଷା…..
ବିଧାୟକଙ୍କୁ ହତ୍ୟା ଧମକ…..
ଏସ୍ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ଗିରଫ……