Report Card Odisha

| Daily Odia News

ବଜ୍ରପାତ ସହ ଝଡବର୍ଷା ସମ୍ଭାବନା…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଉପକୂଳବର୍ତ୍ତୀ ଜିଲ୍ଲାଗୁଡିକରେ ପାଗ ମେଘୁଆ ରହୁଥିବାବେଳେ ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିଛି। ଆଜିଠାରୁ ପଶ୍ଚିମ ଓଡ଼ିଶାର ଅନେକ ସ୍ଥାନରେ ତାପମାତ୍ରା ହ୍ରାସ ପାଇବାର ସମ୍ଭାବନା ରହିଛି। କିନ୍ତୁ ବଲାଙ୍ଗିର, ଟିଟିଲାଗଡ଼, ବୌଦ୍ଧ, ସୁବର୍ଣ୍ଣପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଜିଲ୍ଲାରେ ପାରଦ ୪୧ଡିଗ୍ରୀ ପାଖାପାଖି ରହିପାରେ। ହେଲେ ଉପକୂଳ, ଦକ୍ଷିଣ, ଉତ୍ତର ଓ ଆଭ୍ୟନ୍ତରୀଣ ଜିଲ୍ଲାଗୁଡିକରେ କାଳବୈଶାଖୀ ପ୍ରଭାବରେ ବିଶେଷ ତାତି ଅନୁଭୂତ ହେବାର ସମ୍ଭାବନା ନାହିଁ। ମେ’ ୪ ପର୍ଯ୍ୟନ୍ତ କାଳବୈଶାଖୀ ପ୍ରଭାବରେ ବିଜୁଳି, ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ। ସ୍ଥାନେ ସ୍ଥାନେ ଘଣ୍ଟାପ୍ରତି୫୦ରୁ ୬୦କି.ମି ବେଗରେ ପବନ ବହିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଏବଂ ଭଦ୍ରକ ଜିଲାକୁ କାଳବୈଶାଖୀ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ଏହି ୪ଜିଲାର କିଛି ଅଞ୍ଚଳରେ ବଜ୍ରପାତ ସହ ଝଡ଼ବର୍ଷା ଏବଂ ଘଣ୍ଟାପ୍ରତି ୫୦ରୁ ୬୦କି.ମି ବେଗରେ ପବନ ବହିପାରେ। ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋରଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼, ଅନୁଗୋଳ ଏବଂ ଢେଙ୍କାନାଳ ଜିଲ୍ଲାକୁ କାଳବୈଶାଖୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏସବୁ ଜିଲ୍ଲାରେ ଘଣ୍ଟାପ୍ରତି ୪୦ରୁ ୫୦ କି.ମି. ବେଗରେ ପବନର ବହିବା ସମ୍ଭାବନା ଥିବାବେଳେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ତୋଫାନ ହୋଇପାରେ।ଅନୁଗୋଳ, କଳାହାଣ୍ଡି, ମୟୂରଭଞ୍ଜ, ବଲାଙ୍ଗିର, ବରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋରଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲାର ବାୟୁମଣ୍ଡଳ ଉଷ୍ଣ ଆର୍ଦ୍ରତା ପାଇଁ ଗରମ ସହିତ ଗୁଳୁଗୁଳି ଅନୁଭୂତ ହୋଇପାରେ। ଏଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।

Breaking News