Report Card Odisha

| Daily Odia News

ଆଜି ମହାପ୍ରଭୁଙ୍କ ତ୍ରିବିକ୍ରମ ବେଶ…..

ରିପୋର୍ଟ କାର୍ଡ / ପୁରୀ

ପବିତ୍ର ମହାକାର୍ତ୍ତିକ ମାସର ଆଜି ଶୁକ୍ଳପକ୍ଷ ତ୍ରୟୋଦଶୀ ତିଥି | ଏହି ତିଥିରେ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଆଡ଼କିଆ ବା ତ୍ରିବିକ୍ରମ ବେଶ ଅନୁଷ୍ଠିତ ହୋଇଥାଏ। ମହାପ୍ରଭୁଙ୍କ ଅବକାଶ ନୀତି ଶେଷ ହେବା ପରେ ପୁଷ୍ପାଳକ ସେବକମାନେ ଏହି ବେଶ ସମ୍ପାଦନ କରିଥାନ୍ତି । ଆଡ଼କିଆ ବେଶରେ ପ୍ରଭୁ ଶ୍ରୀଜଗନ୍ନାଥ ଓ ବଳଭଦ୍ରଙ୍କ ମସ୍ତକରେ ଚୂଳ ଲାଗି କରାଯାଏ। ଏହି ଚୂଳ ଦୁଇଟି ସୋଲ, କନା, ବେତ, ଜରି, ଜମ୍ବୁରା, କଇଁଥ ଅଠା ଇତ୍ୟାଦିରେ ନିର୍ମିତ ହୋଇଥାଏ। ଏହାସହ ଚୂଳରେ ସ୍ୱର୍ଣ୍ଣ ନିର୍ମିତ କିଆ ଆଡବାଗରେ ଖୋସା ଯାଇଥାଏ। ମା ସୁଭଦ୍ରାଙ୍କ ସମେତ ଦୁଇ ଭାଇଙ୍କ ମସ୍ତକର ଶୀର୍ଷ ଭାଗରେ ସ୍ୱର୍ଣ୍ଣ ଚନ୍ଦ୍ରିକା ମଧ୍ୟ ଖଞ୍ଜା ଯାଇଥାଏ। ବିବିଧ ସ୍ୱର୍ଣ୍ଣ ଅଳଙ୍କାର ଯଥା ଘାଗଡାମାଳି, ବରକୋଳି ମାଳି, ପଦ୍ମମାଳି, ଗିନିମାଳି, ପଦକ ମାଳି, ଶ୍ରୀପୟର, ଶ୍ରୀଭୁଜ, ହରିଡ଼ାମାଳି, ବାହାଡାମାଳି ସମେତ ହଳ, ମୂଷଳ, ଶଙ୍ଖ, ଚକ୍ର ଏବଂ ପାଟ ବସ୍ତ୍ର ଇତ୍ୟାଦିରେ ବିଗ୍ରହ ମାନଙ୍କୁ ଆଡକିଆ ବା ତ୍ରିବିକ୍ରମ ବେଶରେ ଭୂଷିତ କରାଯାଇଥାଏ। ଏହି ବେଶ ଦେଖିବାକୁ ଶ୍ରୀମନ୍ଦିରରେ ପ୍ରବଳ ଭକ୍ତଙ୍କ ଭିଡ ଜମିଛି । ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି ।

Breaking News