ରିପୋର୍ଟ କାର୍ଡ / ଭୁବନେଶ୍ୱର
ଗାଡ଼ି ଚାଳକଙ୍କୁ ବଡ଼ ଆଶ୍ବସ୍ତି ଦେଲେ ପରିବହନ ମନ୍ତ୍ରୀ ବିଭୂତି ଜେନା । ମାସେ ସମୟ ଦେଲେ ସରକାର । ଏଣିକି ଗାଡ଼ିର ବୈଧ କାଗଜପତ୍ର କରିବା ପାଇଁ ସମୟ ଫେବୃାଆରୀ ପର୍ଯ୍ୟନ୍ତ ବୃଦ୍ଧି କରାଇଥିବା ନେଇ କହିଛନ୍ତି ପରିବହନ ମନ୍ତ୍ରୀ । ମାସକ ମଧ୍ୟରେ ସମସ୍ତ କାଗଜପତ୍ର କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।କହିରଖୁଛୁ କି, ପ୍ରଦୂଷଣ ସାର୍ଟିଫିକେଟ ବିନା ତେଲ ମିଳିବନି ବୋଲି ଘୋଷଣା କରାଯାଇଥିଲା । ଏହାକୁ ଆସନ୍ତା ୧ ତାରିଖରୁ ଲାଗୁ କରିବା ନେଇ ନିଷ୍ପତ୍ତି ନିଆଯାଇଥିଲା । ତେବେ ବର୍ତ୍ତମାନ ସ୍ଥିତିରେ ଏହାକୁ ୧ ମାସ ବୃଦ୍ଧି କରିବା ନେଇ ଘୋଷଣା କରିଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଜେନା । ଏହି ଗ୍ରେସ ପିରିୟଡରେ ଗାଡ଼ି ମାଲିକମାନେ ସେମାନଙ୍କର ପଞ୍ଜୀକରଣ ପ୍ରମାଣପତ୍ର (RC), ଫିଟନେସ୍ ପ୍ରମାଣପତ୍ର, ପ୍ରଦୂଷଣ ନିୟନ୍ତ୍ରଣ (PUC) ପ୍ରମାଣପତ୍ର ଏବଂ ବୀମାକୁ ବିନା ଜରିମାନାରେ ଅପଡେଟ୍ କରି ପାରିବେ। ମାସକ ମଧ୍ୟରେ ଗାଡିର ସବୁ ସାର୍ଟିଫିକେଟ କରିବା ନେଇ ମନ୍ତ୍ରୀଙ୍କ ପକ୍ଷରୁ କୁହାଯାଇଛି । ରାଜ୍ୟବ୍ୟାପୀ କଡ଼ାକଡ଼ି ଯାଞ୍ଚ୍ ୧ ଫେବ୍ରୁଆରି ୨୦୨୬ ରୁ ଆରମ୍ଭ ହେବ। ପୂର୍ବରୁ ଜାନୁଆରୀ ୧ ତାରିଖରୁ ଯାଞ୍ଚ ହେବା ନେଇ ଘୋଷଣା କରାଯାଇଥିବା ବେଳେ ପଲ୍ୟୁସନ ସାର୍ଟିଫିକେଟ କରିବା ନେଇ ଲୋକଙ୍କ ଗହଳି ଦେଖାଯାଇଥିଲା । ଜନସାଧାରଣଙ୍କ ଦାବିକୁ ଦୃଷ୍ଟିରେ ରଖି ଆଜି ପରିବହନ ମନ୍ତ୍ରୀ ଏକ ମାସର ମହଲତ ଘୋଷଣା କରିଛନ୍ତି ।






More Stories
ଦେବାଶିଷଙ୍କ ପ୍ରାର୍ଥିପତ୍ର କାଏମ୍…..
ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ…..
ଆସୁଛି ବଡ଼ ବର୍ଷା: ଓଡ଼ିଶାରେ ୧୧ରୁ…..