ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ତାଚ୍ଛଲ୍ୟ କରିଛି ପଶ୍ଚିମବଙ୍ଗର କ୍ଷମତାସୀନ ଟିଏମସି। ମମତା ବାନାର୍ଜୀଙ୍କ ସରକାରରେ ମନ୍ତ୍ରୀ ଥିବା ଅଖିଳ ଗିରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ରୂପକୁ ନେଇ ଅଶାଳୀନ ମନ୍ତବ୍ୟ ଦେଇଛନ୍ତି। ପଶ୍ଚିମବଙ୍ଗର ନନ୍ଦିଗ୍ରାମର ଆୟୋଜିତ ଗୋଟିଏ ଜନସଭାରେ ରାଷ୍ଟ୍ରପତି କେମିତି ଦେଖାଯାଉଛନ୍ତି ବୋଲି କହି ମନ୍ତ୍ରୀ ଗିରି ତାଙ୍କୁ ତାଚ୍ଛଲ୍ୟ କରିଛନ୍ତି। ଆମେ ରାଷ୍ଟ୍ରପତିଙ୍କ ଚୌକିକୁ ସମ୍ମାନ ଦେଉଛୁ। ତେବେ ଆମ ରାଷ୍ଟ୍ରପତି କେମିତି ଦେଖାଯାଉଛନ୍ତି ବୋଲି ଜନସଭାରେ ବ୍ୟଙ୍ଗାତ୍ମକ ଢଙ୍ଗରେ ପ୍ରଶ୍ନ କରିଛନ୍ତି ମନ୍ତ୍ରୀ ଗିରି। ନନ୍ଦିଗ୍ରାମରୁ ଟିଏମସିରୁ ଯାଇ ବିଜେପି ଟିକେଟରେ ଜିତିଥିବା ଶୁଭେନ୍ଦୁ ଅଧିକାରୀଙ୍କ ଗଡ଼। ସହିଦ ଦିବସରେ ନନ୍ଦିଗ୍ରାମରେ ହିଂସାତ୍ମକ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହି ପ୍ରସଙ୍ଗରେ ମନ୍ତ୍ରୀ ଗିରି ଓ ଅନ୍ୟ ଟିଏମସି ନେତାମାନେ ଜନସଭା କରିଥିଲେ।






More Stories
ଆଜି ଦେଶବ୍ୟାପି ୬ଘଣ୍ଟିଆ ଧର୍ମଘଟ……
୩୦ ସପ୍ତାହର ଗର୍ଭପାତ ପାଇଁ ଅନୁମତି ଦେଲେ ସୁପ୍ରିମକୋର୍ଟ……
ନମାଜ ସମୟରେ ବିସ୍ଫୋରଣ,୧୦ ମୃତ୍ୟୁ…..