ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଜି ୧୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୬ ଓ ସ୍ଥାନୀୟ ଅଞ୍ଚଳରୁ ୪ ଜଣ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର କୌଣସି ପିଲା ସଂକ୍ରମିତ ହୋଇନାହାନ୍ତି । ଆଜିର କରୋନା ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଂତାଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୯୧୨ରେ ପହଞ୍ଚିଛି । ସେହିପରି ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୮ ହଜାର ୬୨୨ ରହିଥିବା ବେଳେ ୧୧୪ ସକ୍ରିୟ ଆକ୍ରାନ୍ତ ରହିଛନ୍ତି । ବଲାଙ୍ଗିର ଜିଲ୍ଲାରୁ ସର୍ବାଧିକ ୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ରହିଛନ୍ତି ।
More Stories
ଆଜି ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମନୋନୟନ ହେବ…..
୩ ଆପ୍ ପାର୍ଷଦ ବିଜେପିରେ ଯୋଗଦେଲେ……
କୁମ୍ଭ ମେଳାର ଭକ୍ତ ଙ୍କୁ ନେଇ ରାଜନୀତି…..