ରିପୋର୍ଟ କାର୍ଡ / ଭୁବେନଶ୍ୱର
ଆଜି ରାଜ୍ୟରେ ୪୭୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି | କ୍ଵାରେଣ୍ଟିନ ସେଣ୍ଟରରୁ ୨୭୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୯୩ ଲୋକାଲ କଣ୍ଟାକଟ କେସ ରହିଛି | ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୨୬୯୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭୮ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୯୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୋଳରୁ ୧୦, ବାଲେଶ୍ୱରରୁ ୧୫, ବରଗଡରୁ ୫, ଭଦ୍ରକରୁ ୬, ବଲାଙ୍ଗୀରରୁ ୩୬, କଟକରୁ ୨୨, ଢେଙ୍କାନାଳରୁ ୧, ଗଜପତିରୁ ୨, ଗଞ୍ଜାମରୁ ୧୨, ଜଗତସିଂହପୁରରୁ ୧, ଯାଜପୁରରୁ ୧୧, ଝାରସୁଗୁଡାରୁ ୨୩, କଳାହାଣ୍ଡିରୁ ୫୦, କନ୍ଧମାଳରୁ ୩, କେନ୍ଦ୍ରାପଡାରୁ ୨, କେନ୍ଦୁଝରରୁ ୧, ଖୋର୍ଧାରୁ ୪୦, କୋରାପୁଟରୁ ୭, ମୟୂରଭଞ୍ଜରୁ ୧୬, ନବରଙ୍ଗପୁରରୁ ୧୭, ନୟାଗଡରୁ ୪, ନୂଆପଡାରୁ ୪୨, ପୁରୀରୁ ୧୪, ରାୟଗଡାରୁ ୮, ସମ୍ବଲପୁରରୁ ୨୭, ସୋନପୁରରୁ ୨, ସୁନ୍ଦରଗଡରୁ ୮୫ ଜଣ ରହିଛନ୍ତି ।
More Stories
କଂଗ୍ରେସକୁ ଫେରିବା ନେଇ ଇସାରା ଦେଲେ ପ୍ରଫୁଲ୍ଲ!……
ସାର୍ବଜନୀନ ହେବ ରତ୍ନଭଣ୍ଡାର ଅଳଙ୍କାର….
୪୪ ଓଏଏସ୍ ଅଫିସରଙ୍କ ବଦଳି…..