ରିପୋର୍ଟ କାର୍ଡ / ଭୁବନେଶ୍ବର
ଜାତୀୟ ଯୁବ ଦିବସ ପାଳନ ଅବସରରେ ଆଜି ରାଜ୍ୟର ସମସ୍ତ ବିଦ୍ୟାଳୟ, ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟରେ ସାମୂହିକ ବନ୍ଦେ ମାତରମ୍ ଗାନ କରାଯିବ। ଛାତ୍ରଛାତ୍ରୀ ବନ୍ଦେ ମାତରମ୍ ଗାନ କରିବା ସହ ଆତ୍ମନିର୍ଭର ଭାରତ ସ୍ବଦେଶୀ ସଙ୍କଳ୍ପ ପାଠ କରିବେ। ଏନେଇ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗକୁ ଚିଠି କରାଯାଇଛି। ଶିକ୍ଷାନୁଷ୍ଠାନ ଗୁଡ଼ିକରେ ସାମୂହିକ ବନ୍ଦେ ମାତରମ୍ ଗାନ ନିମନ୍ତେ ରାଜ୍ୟବ୍ୟାପୀ ‘ବନ୍ଦେ ମାତରମ୍ ପ୍ରଶିକ୍ଷଣ କାର୍ଯ୍ୟକ୍ରମ’ କରାଯାଇଥିଲା।






More Stories
ମଧ୍ୟପ୍ରାଚ୍ୟରେ ଫସି ଥିବା ଓଡ଼ିଆଙ୍କ ପାଇଁ ହେଲ୍ପଲାଇନ ନମ୍ବର…..
ଆଜି ପବିତ୍ର ଦୋଳପୂର୍ଣ୍ଣିମା…..
ଗ୍ରୀଷ୍ମ ପ୍ରବାହ ପାଇଁ ଏସଓପି ଜାରି……