Report Card Odisha

| Daily Odia News

ଦେଶରେ କରୋନା ସଂକ୍ରମଣ ଉପରମୁହାଁ, ୨୪ ଘଣ୍ଟାରେ ୪୬,୯୫୧ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ….

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ଦେଶରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି | ଗତ ୨୪ ଘଣ୍ଟା ମଧ୍ୟରେ ୪୬,୯୫୧ ଜଣ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ ହେବା ସହ ଦେଶରେ ସମୁଦାୟ ସଂକ୍ରମଣ ସଂଖ୍ୟା ୧,୧୬,୪୬,୦୮୧ରେ ପହଞ୍ଚିଛି । ଗତବର୍ଷ ନଭେମ୍ବର ମାସ ପ୍ରାରମ୍ଭ ପରେ ଏହା ହେଉଛି ରେକର୍ଡସଂଖ୍ୟକ ସର୍ବାଧିକ ଦୈନିକ ସଂକ୍ରମଣ। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଦେଶରେ ୨୪ ଘଣ୍ଟା ମଧ୍ୟରେ କରୋନାଜନିତ ସଂକ୍ରମଣରେ ୨୧୨ ଜଣ ମୃତ୍ୟୁ ହୋଇ ଥିବାନେଇ ଜଣା ପଡିଛି। ଏହି ମୃତଙ୍କୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୯,୯୬୭ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୧,୧୮୦ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୧୧,୫୧,୪୬୮। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩,୦୯୦,୮୭ । ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୪,୫୦,୬୫,୯୯୮ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମାର୍ଚ୍ଚ ୨୧ ସୁଦ୍ଧା ସମୁଦାୟ ୨୩,୪୪,୪୫,୭୭୪ ନମୁନା ପରୀକ୍ଷା ସରିଛି । ଗତକାଲି ପରୀକ୍ଷା ହୋଇଛି ୮୮୦,୬୫୫ଟି ନମୁନା ।

Breaking News