Report Card Odisha

| Daily Odia News

ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୧.୧୭ ନିୟୁତ ଟପିଲା କରୋନା ସଂକ୍ରମଣ ସଂଖ୍ୟା…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
୦୫ /୦୩ / ୨୦୨୧

ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୧୬,୮୩୮ ଜଣ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୬,୮୩୮ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୧୩ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୧୧,୭୩,୭୬୧ରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ ହୋଇଥିବା ୧୧୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୭,୫୪୮ରେ ପହଞ୍ଚିଛି। ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୩,୮୧୯ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୮,୩୯,୮୯୪। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୭୬,୩୧୯ । ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୦,୦୫,୫୦୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମାର୍ଚ୍ଚ ୪ ସୁଦ୍ଧା ସମୁଦାୟ ୨୧,୯୯,୪୦,୭୪୨ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୭,୬୧,୮୩୪ଟି ନମୁନା ।

Breaking News