Report Card Odisha

| Daily Odia News

ମିତ୍ରଙ୍କ ସହାୟତା ମିଳିବ……

ରିପୋର୍ଟ କାର୍ଡ / ଭୁବନେଶ୍ୱର

ମେଷ: ପବିତ୍ର ଭାବନା ନେଇ ସେବା କ୍ଷେତ୍ରରେ ଅବତୀର୍ଣ୍ଣ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ମନରେ ଉପୁଜିଥିବା ଅହଂଭାବକୁ ପତ୍ନୀଙ୍କ ପରାମର୍ଶରେ ବିସର୍ଜନ ଦେବେ।

ବୃଷ: ଅନାବଶ୍ୟକ ଖର୍ଚ୍ଚରୁ ଓହରିଆସି ପାରନ୍ତି। ଭ୍ରାତୃଭାବ ଅତୁଟ ରହିବ। ସୁସ୍ଥ ଓ ନିରାମୟ ରହିବେ। କର୍ମଚଞ୍ଚଳ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ସୁନାମ ଅର୍ଜନ କରିବେ।

ମିଥୁନ: ଧନଲକ୍ଷ୍ମୀଙ୍କର କୃପାଦୃଷ୍ଟି ରହିଛି। କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ, ତେଜସ୍ବୀ ବ୍ୟକ୍ତିବିଶେଷ ହେବେ।

କର୍କଟ: ଉଦାର ଚରିତ ସମ୍ପନ୍ନ ହେବେ। ଦାନଶୀଳ ହେବେ। ଆଦର୍ଶ ବ୍ୟକ୍ତିତ୍ବସମ୍ପନ୍ନ ହୋଇପାରନ୍ତି। କୃଷି କର୍ମକାରୀ ହେବେ। ଜଳ ପ୍ରତି ଆଦର, ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ। ସୁଖ ମିଳିବ।

ସିଂହ: ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ଭାଷା ମଧୁର ଓ ସ୍ନେହପୂର୍ଣ୍ଣ ହେବ। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର, ସମ୍ମାନ ମିଳିବ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ହେବେ।

କନ୍ୟା: ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ସ୍ବଭାବ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କ ସହାୟତା ମିଳିବ।

ତୁଳା: ଶ୍ରୀଚନ୍ଦ୍ର ଭୋଗ ହେତୁ ପରିବାର ଓ ବନ୍ଧୁବର୍ଗରୁ ସ୍ନେହ, ଆଦର ମିଳିବ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ଆୟ ଆଶାନୁରୂପ ହେବ। ମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ବିଦ୍ବାନ୍‌ ଓ ଶାସ୍ତ୍ରଜ୍ଞ ହେବେ।

ବିଛା: ଏକାନ୍ତରେ ମୌନ ରହି ସାଧନାରେ ବ୍ରତୀ ହୋଇପାରନ୍ତି। ମଧୁର ଭାଷା ଓ ଭଦ୍ରୋଚିତ୍ତ ବ୍ୟବହାର ଦ୍ବାରା ପରକୁ ଆପଣାର କରିପାରନ୍ତି। ଅତିଥି ସତ୍କାରରେ ଧନ ବ୍ୟୟ କରିବେ।

ଧନୁ: ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କରିତ୍‌କର୍ମା ହେବେ।

ମକର: କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତ ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହସଦ୍ଦିଚ୍ଛା ଭାବ ରହିବ।

କୁମ୍ଭ: ଭାଗ୍ୟଶାଳୀ ହୋଇପାରନ୍ତି। ଜୀବନ ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଉଦ୍ୟୋଗୀ ହେବେ। ମନରେ ଲଗାମ ଦେଇ ସମର୍ପିତ ଜୀବନ ଯାପନ କରିବେ।

ମୀନ: ଧୈର୍ଯ୍ୟ ଓ ସାହସ ସଞ୍ଚୟ କରି ବିପଦର ମୁକାବିଲା କରିପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଚେତନାର ଉଳ ପ୍ରଦୀପ ହେବେ। ଆଜି ସତର୍କରେ ଚଳିବାକୁ ପଡ଼ିବ।

Breaking News