ରିପୋର୍ଟ କାର୍ଡ / ଭୁବନେଶ୍ୱର
ମେଷ: ଅଶ୍ବିନୀ ଓ କୃତ୍ତିକା ନକ୍ଷତ୍ରଜାତ ବ୍ୟକ୍ତିଙ୍କୁ କୃଷିକ୍ଷେତରୁ ଲାଭ ମିଳିବ। ଯାନବାହନ ସୁଖ ଅଛି। ଗୃହ ପରିବେଶ ଉତ୍ତମ ମାନର ହେବ। ଦ୍ବିଜା ନକ୍ଷତ୍ରଜାତ ବ୍ୟକ୍ତିଙ୍କର ସାମାନ୍ୟ ଶୁଭ ଫଳ।
ବୃଷ: କୃତ୍ତିକା ଓ ମୃଗଶିରା ନକ୍ଷତ୍ରଜାତ ବ୍ୟକ୍ତି, ସକଳ ଗୁଣର ଆଧାର ହେବେ। କାବ୍ୟଶାସ୍ତ୍ରାନୁରକ୍ତ ହୋଇପାରନ୍ତି। ସୁଖୀ ହେବେ। ଆର୍ଥିକ ସ୍ଥିତି ସ୍ବଚ୍ଛଳ ରହିବ। ରୋହିଣୀ ନକ୍ଷତ୍ରର ସାମାନ୍ୟ ଶୁଭ ଫଳ।
ମିଥୁନ: ମୃଗଶିରା ଓ ପୁନର୍ବସୁ ନକ୍ଷତ୍ରଜାତ ବ୍ୟକ୍ତିଙ୍କର ଧନଧାନ୍ୟରେ ଭଣ୍ଡାର ପରିପୂର୍ଣ୍ଣ ହେବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ତ୍ୟାଗଶୀଳ ଓ ମତିମାନ୍ ହେବେ। ଆର୍ଦ୍ରା ନକ୍ଷତ୍ରଜାତ ବ୍ୟକ୍ତିଙ୍କର ସାମାନ୍ୟ ଶୁଭ।
କର୍କଟ: ପୁନର୍ବସୁ ଓ ଅଶ୍ଲେଷା ନକ୍ଷତ୍ରଜାତ ବ୍ୟକ୍ତି ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ସୁସ୍ଥ ରହିବେ। ରୋଜଗାର ଆଶାନୁରୂପ ହେବ। ଦାମ୍ପତ୍ୟ ଜୀବନ ସୁଖ ମିଳିବ। ପୁଷ୍ୟା ନକ୍ଷତ୍ରଜାତ ବ୍ୟକ୍ତିଙ୍କ ସାମାନ୍ୟ ଶୁଭ ଫଳ।
ସିଂହ: ମଘା ଓ ଉତ୍ତରା ଫାଲ୍ଗୁନୀ ନକ୍ଷତ୍ରଜାତ ବ୍ୟକ୍ତି ଉତ୍ତମ ବ୍ୟବହାର କରି ପରକୁ ଆପଣାର କରିବେ। ସାଧନାରୁ ସୁଫଳ ପାଇବେ। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିପାରନ୍ତି। ପୂର୍ବା ଫାଲ୍ଗୁନୀର ସାମାନ୍ୟ ଶୁଭ।
କନ୍ୟା: ଉତ୍ତରା ଫାଲଗୁନୀ ଓ ଚିତ୍ରା ନକ୍ଷତ୍ରଜାତ ବ୍ୟକ୍ତିଙ୍କ ଆୟ ଆଶାନୁରୂପ ହେବ। ନାନାବିଧ ସମ୍ମାନର ଅଧିକାରୀ ହୋଇପାରନ୍ତି। ଯାନବାହନ ସୁଖ ମିଳିବ। ମନ ପ୍ରସନ୍ନ ରହିବ। ହସ୍ତା ନକ୍ଷତ୍ରର ସାମାନ୍ୟ ଶୁଭ।
ତୁଳା: ଚିତ୍ରା ଓ ବିଶାଖା ନକ୍ଷତ୍ରଜାତ ବ୍ୟକ୍ତି କର୍ମ ତତ୍ପର ହେବେ। ସରକାରୀ ଧନ ପ୍ରାପ୍ତିର ସୂଚନା ମିଳୁଛି। ଗୃହ ପରିବେଶ ଉତ୍ତମ ମାନର ହେବ। ବହୁବିଧ ଧନର ଅଧିକାରୀ ହୋଇପାରନ୍ତି। ସ୍ବାତୀ ନକ୍ଷତ୍ରର ସାମାନ୍ୟ ଶୁଭ।
ବିଛା: ବିଶାଖା ଓ ଜ୍ୟେଷ୍ଠା ନକ୍ଷତ୍ରଜାତ ବ୍ୟକ୍ତି ପରୋପକାରୀ ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ପାରିବାରିକ ଜୀବନ ସୁଖପ୍ରଦ ହେବ। ବିଭିନ୍ନ ସୂତ୍ରରୁ ଅର୍ଥ ମିଳିବ। ଅନୁରାଧା ନକ୍ଷତ୍ରଜାତ ବ୍ୟକ୍ତିଙ୍କ ସାମାନ୍ୟ ଶୁଭ।
ଧନୁ: ମୂଳା ଓ ଉତ୍ତରାଷାଢ଼ା ନକ୍ଷତ୍ରଜାତ ବ୍ୟକ୍ତିଙ୍କ କାର୍ଯ୍ୟରେ ବିଘ୍ନ ଉପୁଜାଇବାକୁ କେହି ଉଦ୍ୟମ କରି ଶେଷରେ ବିଫଳ ହେବେ। ସୁଭାଷୀ ଓ ସୁବିଦ୍ୟାଯୁକ୍ତ ହୋଇପାରନ୍ତି। ପୂର୍ବାଷାଢ଼ା ନକ୍ଷତ୍ରର ସାମାନ୍ୟ ଶୁଭ।
ମକର: ଉତ୍ତରଷାଢ଼ା ଓ ଧନିଷ୍ଠା ନକ୍ଷତ୍ରଜାତ ବ୍ୟକ୍ତି ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଅବିବାହିତଙ୍କର ସୁକନ୍ୟା ସହ ବିବାହ ସମ୍ବନ୍ଧ ସ୍ଥିର ହେବ। ଶ୍ରବଣା ନକ୍ଷତ୍ରର ସାମାନ୍ୟ ଶୁଭ ଫଳ।
କୁମ୍ଭ: ଧନିଷ୍ଠା ଓ ପୂର୍ବଭାଦ୍ର ନକ୍ଷତ୍ରଜାତ ବ୍ୟକ୍ତିଙ୍କର ଶତ୍ରୁତା ଆଚରଣ କରୁଥିବା ବ୍ୟକ୍ତି ନିରାଶ ହେବେ। ଋଣ ପରିଶୋଧ କରି ଆଶ୍ବସ୍ତ ହେବେ। କର୍ମଚଞ୍ଚଳ ରହିବେ। ନୀତିନିଷ୍ଠ ହେବେ। ଶତଭିଷା ନକ୍ଷତ୍ର ସଫଳ ହେବେ।
ମୀନ: ପୂର୍ବଭାଦ୍ର ଓ ରେବତୀ ନକ୍ଷତ୍ରଜାତ ବ୍ୟକ୍ତିଙ୍କୁ ବିଭିନ୍ନ ସୂତ୍ରରୁ ପ୍ରଚୁର ଅର୍ଥ ମିଳିବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଚିନ୍ତାଧାରା ଉନ୍ନତମାନର ହେବ। ବିଦ୍ୟାଭ୍ୟାସୀ ହେବେ। ଉତ୍ତରାଭାଦ୍ର ନକ୍ଷତ୍ରର ସମଫଳ ପ୍ରାପ୍ତି।






More Stories
ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ…..
ଆଜି ପବିତ୍ର ଧନତେରାସ…..
ଧନ ଲାଭ କରିବେ…..