ରିପୋର୍ଟ କାର୍ଡ / ଭୁବନେଶ୍ୱର
ମେଷ: କର୍ମଚଞ୍ଚଳ ରହିବେ। କୁଳ ଉଜ୍ଜ୍ୱଳକାରୀ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ୱଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। ପାରିବାରିକ ସୁଖ ମିଳିବ।
ବୃଷ: ପ୍ରତ୍ୟେକ କାର୍ଯ୍ୟ ଶୀଘ୍ର ଶେଷ କରିବାକୁ ଉଦ୍ୟମ ଜାରି ରଖିବେ। ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗ ବିଳାସରେ ସମୟ ଅତିବାହିତ କରିବେ। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ବିଦ୍ୱାନ୍ ଓ ସାହସୀ ହେବେ।
ମିଥୁନ: ମନ ବ୍ୟସ୍ତଭରା ହୋଇପାରେ। ସ୍ୱାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହୋଇପାରେ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଖର୍ଚ୍ଚାନ୍ତ ହେବେ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ଜଳଯାତ୍ରା ବର୍ଜନୀୟ।
କର୍କଟ: କର୍ମକୁଶଳତା ଆପଣଙ୍କୁ ମହାନ୍ କରି ଗଢ଼ି ତୋଳିବ। ବ୍ୟବସାୟ ଲାଭଜନକ ହେବ। ସମାଜ ସେବାରେ ନିଜକୁ ନିୟୋଜିତ କରିବେ। ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ। ସ୍ୱକର୍ମ ପାଇଁ ଗର୍ବିତ ହେବେ। ପତ୍ନୀଙ୍କଙ୍କ ପରାମର୍ଶ ଉପାଦେୟ ହେବ।
ସିଂହ: ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଭାଇମାନଙ୍କ ଠାରୁ ସ୍ନେହ, ସହାନୁଭୁତି ପାଇ ଶତ୍ରୁର ପ୍ରଭାବକୁ ପ୍ରତିହତ କରିବାରେ ସକ୍ଷମ ହେବେ। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାଭାଜନ ହୋଇପାରନ୍ତି।
କନ୍ୟା: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ। ଆକସ୍ମିକ ଧନଲାଭ ହୋଇପାରେ। ତନ୍ତ୍ରମନ୍ତ୍ରାଦି ଗୁପ୍ତବିଦ୍ୟା ପ୍ରତି ରୁଚି ରହିବ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ।
ତୁଳା: ଉଦାର ପ୍ରକୃତିର ହେବେ। ଦାନ ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷିକର୍ମରୁ ଲାଭପ୍ରାପ୍ତ ହେବେ। ପ୍ରେମୀ ଓ ବୁଦ୍ଧିମାନ୍ ହୋଇପାରନ୍ତି। ଯାନବାହାନ ସୁଖ ମିଳିପାରେ।
ବିଛା: ମନ ପ୍ରସନ୍ନ ରହିବ। ଆତ୍ମ ବିଶ୍ୱାସୀ ହେବେ। ମଧୁର କଥାରେ କର୍ମମାର୍ଗକୁ ଉଜ୍ଜ୍ୱଳ କରି ଗଢ଼ି ତୋଳିବେ। ମେଳାପୀ ପ୍ରକୃତିର ହେବେ। ଥଣ୍ଡା କଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। ପ୍ରେମୀ ଓ ସାହସୀ ହେବେ। ଭ୍ରାତୃ ସ୍ନେହୀ ହେବେ।
ଧନୁ: ଭାଗ୍ୟଶାଳୀ ହେବେ। ଶାନ୍ତିପ୍ରିୟ, ସହନଶୀଳ, ମଧୁରଭାଷୀ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରମାନଙ୍କଠାରୁ ପୂର୍ଣ୍ଣ ସହଯୋଗ ମଳିବ। ବ୍ୟବସାୟରୁ ଅଧିକ ଧନଲାଭର ସୂଚନା ମିଳୁଛି।
ମକର: ସ୍ୱାଧୀନମନା ହେବେ। ଶାରୀରିକ ଶକ୍ତି ସମ୍ପନ୍ନ ହୋଇପାରନ୍ତି। ଐଶ୍ୱର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ରୋଜଗାର ଆଶାନୁରୂପ ହେବ। ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭର ସୂଚନା ମିଳୁଛି।
କୁମ୍ଭ: କର୍ମଚଞ୍ଚଳ ରହିବେ। ଥଣ୍ଡା କଫଜନିତ ସାମାନ୍ୟ କ୍ଳେଶ ଅନୁଭବ କରିପାରନ୍ତି। ବ୍ୟୟ ବୃଦ୍ଧିର ସୂଚନା ମିଳୁଛି। ପ୍ରିୟଭାଷୀ ହେବେ। ଧନ ଓ ଯାନବାହନଯୁକ୍ତ ହୋଇପାରନ୍ତି। ମୂଲ୍ୟବାନ୍ ସମ୍ପଦର ଅଧିକାରୀ ହେବେ। ମନୋବଳ ଦୃଢ଼ ରହିବ।
ମୀନ: ଆୟ ଆଶାନୁରୂପ ହେବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ସରକାରୀ ଅର୍ଥ ପ୍ରାପ୍ତିର ସୁଯୋଗ ଅଛି। ସୁଖୀ ହେବେ।
More Stories
ଦିନଟି ହସଖୁସିରେ ବିତିବ……
ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କ ରହିବେ….
ଭାଗ୍ୟଶାଳୀ ହୋଇପାରନ୍ତି……