Report Card Odisha

| Daily Odia News

ଆଜିର ରାଶିଫଳ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ମେଷ: ଧନଦ୍ରବ୍ୟ ପ୍ରାପ୍ତିର ସୂଚନା ମିଳୁଛି। ଶୁଭଖବର ପାଇ ସୁଖୀ ହେବେ। ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିବେ। ସତ୍‍କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ସରକାରୀ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି।
ବୃଷ: ଉଚ୍ଚ ଆଶା ଫଳବତୀ ହେବ। ସୁ ସମ୍ବାଦ ପାଇ ଖୁସି ହେବେ। କର୍ମକ୍ଷେତ୍ରରେ ଅପୂର୍ବ ସଫଳତା ମିଳିବ। ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ଅଛି। ବିବାଦୀୟ ଘଟଣାରେ ବିଜୟୀ ହେବେ।
ମିଥୁନ: କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। କ୍ଷମତାର ଅଭିବୃଦ୍ଧି ଘଟାଇ ତା’ର ସଦ୍‍ବ୍ୟବହାର କରିପାରନ୍ତି। ତୀବ୍ର ପ୍ରତିଯୋଗିତାର ସମ୍ମୁଖୀନ ହୋଇ କୃତିତ୍ୱ ଅର୍ଜନ କରିପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
କର୍କଟ: ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଆର୍ଥିକ ସ୍ଥିତିରେ ଅବନତି ଘଟିପାରେ। ବୁଦ୍ଧିମାନ୍‍ ହେବେ। ଯାନବାହନରେ ସତର୍କତା ଆବଶ୍ୟକ। ପରୋପକାରୀ ହେବେ। ମାନସିକ ଅଶାନ୍ତି ଦୂର ହେବ। ଶୁଭକାର୍ଯ୍ୟ ସ୍ଥଗିତ ରଖିବେ।
ସିଂହ: ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ। ବହୁ ସୁଖକର ଘଟଣା ଘଟିପାରେ। କର୍ମକ୍ଷେତ୍ରକୁ ଉଜ୍ଜ୍ୱଳମୟ କରି ଗଢ଼ି ତୋଳିବେ। ଶୁଭକାର୍ଯ୍ୟ ବାତାବରଣ ଅନୁକୂଳ ରହିଛି। ମିଷ୍ଟାନ୍ନ ଭୋଜନ ମିଳିବ। ଆନନ୍ଦ ଉପଭୋଗ କରିପାରନ୍ତି।
କନ୍ୟା: ଆତ୍ମବଡ଼ିମା ଦେଖାଇ ପାରନ୍ତି। ଭାଇ ବନ୍ଧୁଙ୍କ ସାହାଯ୍ୟ ପାଇ ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ। ଶୁଭଖବର ପାଇ ଖୁସି ହୋଇପାରନ୍ତି। ସାରାଦିନ କାର୍ଯ୍ୟବ୍ୟସ୍ତ ରହିବେ। ଶୁଭକାର୍ଯ୍ୟ କରଣୀୟ। କରଜ ସୁଝିବେ।
ତୁଳା: ଉଚ୍ଚ କର୍ତ୍ତୃପକ୍ଷଙ୍କଠାରୁ ପରାମର୍ଶ ମିଳିବ। ଓ ଅଧସ୍ତନମାନଙ୍କୁ ସୁ ପରାମର୍ଶ ଦେବେ। ଅଧ୍ୟୟନରତ ହୋଇପାରନ୍ତି। ବିଭିନ୍ନ ସୂତ୍ରରୁ ପ୍ରଚୁର ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ସୁ ସମ୍ବାଦ ପାଇ ଖୁସି ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ବିଛା: ନିୟୋଜିତ କରିପାରନ୍ତି। ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହେବାକୁ ମନ ବଳିବ।
ଧନୁ: କାର୍ଯ୍ୟରେ ସଫଳତା ଲାଭ କରିବେ। ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ। ଶୁଭକାର୍ଯ୍ୟ ପାଇ ସମୟ ସ୍ୱଚ୍ଛ ଓ ନିର୍ମଳ ରହିଛି। ଭଗବତ ପ୍ରେମୀ ହେବେ। ଦେବଦର୍ଶନର ସୌଭାଗ୍ୟ ଅଛି। ଅଶାନ୍ତି ଦୂର ହେବ। ସରକାରୀ ସ୍ତରରୁ ଲାଭ ମିଳିବ।
ମକର: ରାଜତୁଲ୍ୟ ହୋଇପାରନ୍ତି। ଆଧିପତ୍ୟ ବିସ୍ତାର କରିପାରନ୍ତି। ବିବାହ ବିଳମ୍ବ ହୋଇପାରେ। କୌଣସି କାରଣରୁ ମନ ବିଷାଦଭରା ହୋଇ ରହିପାରେ। ଆକସ୍ମିକ ସମସ୍ୟା ଦେଖା ଦେଇପାରେ। ସ୍ୱାସ୍ଥ୍ୟ ହାନିର ଆଶଙ୍କା ଅଛି।
କୁମ୍ଭ: ଚିନ୍ତାଧାରା ଉନ୍ନତମାନର ହେବ। ନୂଆ ବନ୍ଧୁଙ୍କ ସାନ୍ନିଧ୍ୟ ପାଇ ଖୁସି ହେବେ। ଆୟ ଆଶାନୁରୂପ ହେବ। ରୁଚିକର ଭୋଜନରେ ଆପ୍ୟାୟିତ ହୋଇପାରନ୍ତି। ସ୍ୱାସ୍ଥ୍ୟ ଅତୁଟ ରହିବ। ପାରିବାରିକ ସୁଖ ମିଳିବ। ସରକାରୀ ଲାଭ ମିଳିପାରେ।
ମୀନ: ଧର୍ମକାର୍ଯ୍ୟରେ ବହୁ ବ୍ୟୟର ସମ୍ମୁଖୀନ ହୋଇପାରନ୍ତି। ବିବାଦୀୟ ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ହେବା ଆପଣଙ୍କ ପାଇଁ ଭଲ ହେବ। ବନ୍ଧୁ ବିରୋଧର ସମ୍ମୁଖୀନ ହେଲେ ବି ମଧୁର କଥାରେ ପରକୁ ଆପଣାର କରିବାରେ ସକ୍ଷମ ହେବେ।

Breaking News