Report Card Odisha

| Daily Odia News

ଏହି ରାଶିର ବ୍ୟକ୍ତି ବିଶେଷଙ୍କୁ ଧନଲାଭର ସୂଚନା ମିଳିବ.

ରିପୋର୍ଟ କାର୍ଡ / ଭୁବନେଶ୍ୱର

ମେଷ: କାର୍ଯ୍ୟରେ ବାଧା ଦାନକାରୀଠାରୁ ପଛଘୁଞ୍ଚା ଦେବେ। ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରିରେ ସୁନାମ ଅର୍ଜନ କରିବେ।
ବୃଷ: କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ତନ୍ତ୍ରମନ୍ତ୍ରାଦି ଓ ଗୁପ୍ତ ବିଦ୍ୟା ପ୍ରତି ଆଗ୍ରହୀ ହେବେ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟରୁ ପ୍ରଚୁର ଧନ ଲାଭ ହେବ। ସୁସ୍ଥ ଓ ନିରାମୟ ରହିବେ।
ମିଥୁନ: ମନ ପ୍ରସନ୍ନ ରହିବ। ଆତ୍ମବିଶ୍ବାସୀ ହେବେ। ଆଦର୍ଶ ବ୍ୟକ୍ତିତ୍ବ ସମ୍ପନ୍ନ ହୋଇପାରନ୍ତି। ସୁଶୀଳ ହେବେ। କୃଷିକର୍ମକାରୀ ହୋଇପାରନ୍ତି। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ। ଯାନବାହନ ସୁଖ ମିଳିବ।
କର୍କଟ: କାର୍ଯ୍ୟରେ ସଫଳତା ଲାଭ କରିବେ। ମଧୁର ଭାଷୀ ହେବେ। ଥଣ୍ଡାକଫରେ ଆକ୍ରାନ୍ତ ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର ସମ୍ମାନ ପାଇବେ। ଧାର୍ମିକ ଓ ବନ୍ଧୁ ପ୍ରେମୀ ହେବେ।
ସିଂହ: ଭାଗ୍ୟଶାଳୀ ହୋଇପାରନ୍ତି। ମଧୁର ଭାଷୀ, ସହନଶୀଳ ଓ ଶାନ୍ତିପ୍ରିୟ ହେବେ। ଉଦାରଭାବ ଓ ବିଦ୍ୟା ପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ର ସୁଖ ମିଳିବ। ବ୍ୟବସାୟ ଲାଭଜନକ ହେବ।
କନ୍ୟା: ଶ୍ରୀଚନ୍ଦ୍ର ଭୋଗ ହେତୁ ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ରୋଜଗାର ଆଶାନୁରୂପ ହେବ। ସୁସ୍ଥ ଓ ନିରାମୟ ରହିବେ। ଐଶ୍ବର୍ଯ୍ୟାପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବା ସହିତ ଧନ ଲାଭ ହେବ।
ତୁଳା: ତ୍ୟାଗପୂତ ହୋଇପାରନ୍ତି। କର୍ମଚଞ୍ଚଳ ରହିବେ। ଏକାନ୍ତରେ ସମୟ ବିତାଇ ପାରନ୍ତି। ଚକ୍ଷୁରେ ସାମାନ୍ୟ ପୀଡ଼ା ଉପୁଜିପାରେ। କଥା ମଧୁର ଯୋଗୁଁ ଆଦରଣୀୟ ହେବେ। ଏତେ ବାଧାବିଘ୍ନ ଥାଇ ମଧ୍ୟ ରାଜଯୋଗ ଅଛି।
ବିଛା: ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। ମନ ପ୍ରସନ୍ନ ରହିବ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି।
ଧନୁ: ଦାୟିତ୍ବ ନିର୍ବାହ କରିବାରେ ପାରଙ୍ଗମ ହେବେ। କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ।
ମକର: ସେବା ପୂଜାରେ ନିମଗ୍ନ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ଭୋଗବିଳାସ କରିପାରନ୍ତି। ଜୀବନ, ସୁଖ ସମୃଦ୍ଧପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଉଦ୍ୟୋଗୀ ହେବେ।
କୁମ୍ଭ: ସେବାକୁ ଜୀବନର ବ୍ରତ ଭାବେ ଗ୍ରହଣ କରିବେ। ପୂଜା ପଦ୍ଧତିଯୁକ୍ତ ହେବେ। ସ୍ବାଭିମାନୀ ହୋଇପାରନ୍ତି। ସହଯୋଗ ବ୍ୟବସାୟ ଲାଭଜନକ ହେବ। ଶତ୍ରୁ ନାଶ କରି ଆଶ୍ବସ୍ତ ହେବେ। ପ୍ରତ୍ୟେକ କ୍ଷେତ୍ରରେ ସତର୍କ ରହିବେ।
ମୀନ: ଆମୋଦ ପ୍ରମୋଦରେ ଦିନ ବିତାଇ ପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶ ଗ୍ରହଣୀୟ ହେବ।

Breaking News