Report Card Odisha

| Daily Odia News

ଆଜିର ରାଶିଫଳ……

ରିପୋର୍ଟ କାର୍ଡ / ଭୁବନେଶ୍ୱର

ମେଷ: ମୂଲ୍ୟବାନ୍‌ ଦ୍ରବ୍ୟ ଲାଭ ହୋଇପାରେ। ନିଜର ଦକ୍ଷତା ପାଇଁ ଗର୍ବ ଅନୁଭବ କରିବେ। ସେବା ଭାବନାରେ ନିଜକୁ ଉଦ୍‌ବୃଦ୍ଧ କରିପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଧୈର୍ଯ୍ୟର ସହ ପତ୍ନୀଙ୍କ ପରାମର୍ଶ ନେବେ।
ବୃଷ: ମନୋବଳ ଦୃଢ଼ ରହିବ। ସୁସ୍ଥ ଓ ନିରାମୟ ରହିବେ। ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରିରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଦ୍ବାରା ପ୍ରଶଂସିତ ହେବେ।
ମିଥୁନ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ବାରା ଉପକୃତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ଆଗ୍ରହୀ ହେବେ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବାର ସମ୍ଭାବନା ରହିଛି।
କର୍କଟ: ଉଦାର ପ୍ରକୃତିର ହୋଇପାରନ୍ତି। ଦାନ-ଧର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ପରୋପକାରୀ ହେବେ। ଉତ୍ତମ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କାର୍ଯ୍ୟ ଉପରେ ଗୁରୁତ୍ବ ଦେବେ।
ସିଂହ: ସମ୍ମାନିତ ହେବେ। ମନ ପ୍ରସନ୍ନ ରହିବ। ଧାର୍ମିକ ପ୍ରବୃତ୍ତିର ହେବେ। ମଧୁରଭାଷୀ ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର ସମ୍ମାନ ମିଳିବ। ବିଦ୍ବାନ୍‌ ଓ ବନ୍ଧୁପ୍ରେମୀ ହେବେ।
କନ୍ୟା: ଭାଗ୍ୟଶାଳୀ ହେବେ। ମଧୁରଭାଷୀ, ସହନଶୀଳ ଓ ଶାନ୍ତିପ୍ରିୟ ହୋଇପାରନ୍ତି। ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଉତ୍ତମ ମିତ୍ରଙ୍କ ସାନ୍ନିଧ୍ୟ ମିଳିବ। ବ୍ୟବସାୟରୁ ଧନାଗମ ହେବ।
ତୁଳା: ସୁଖୀ ହେବେ। ସମ୍ମାନିତ ହେବେ। ଐଶ୍ବର୍ଯ୍ୟଯୁକ୍ତ ହେବେ। ରଣକ୍ଷେତ୍ରରେ ପାରଙ୍ଗମ ହେବେ। ମାଲିମୋକଦ୍ଦମାରେ ବିଜୟୀ ହେବା ସହିତ ଧନଲାଭ ହେବ। ବିଦ୍ବାନ୍‌ ଓ ଶାସ୍ତ୍ରଜ୍ଞ ହେବେ। ସୁସ୍ଥ ଓ ନିରାମୟ ରହିବେ।
ବିଛା: ବିଭିନ୍ନ ସ୍ତରରୁ ଆଶ୍ବାସନା ମିଳିବ। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିପାରନ୍ତି। ସାହସୀ ଓ ଜ୍ଞାନୀ ହେବେ। ଗୁପ୍ତ ବିଦ୍ୟାରେ ରୁଚି ରହିବ। କର୍ମ ଚଞ୍ଚଳ ରହିବେ। ମଧୁର କଥା କହି ପରକୁ ଆପଣାର କରିପାରନ୍ତି।
ଧନୁ: ଆୟ ଆଶାନୁରୂପ ହୋଇପାରେ। ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମ ଚଞ୍ଚଳ ରହିବେ। ସରକାରୀ କ୍ଷେତ୍ରରେ ସମ୍ମାନିତ ହେବେ। ଧନଲାଭର ସୁଯୋଗ ଅଛି।
ମକର: ସୁଖୀ ହେବେ। ସମ୍ମାନିତ ହୋଇପାରନ୍ତି। କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ।
କୁମ୍ଭ: ସାରାଦିନ କାର୍ଯ୍ୟ ବ୍ୟସ୍ତ ରହିବେ। ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗ ବିଳାସପୂର୍ଣ୍ଣ ଜୀବନଯାପନ କରିବେ। ଜୀବନ ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଉଦ୍ୟୋଗୀ ହେବେ।
ମୀନ: ପ୍ରତିଶୋଧ ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ଆର୍ଥିକ ସ୍ଥିତି ଟଳମଳ ଥିଲେ ବି ହାତ ପାତିବେ ନାହିଁ। ଶାରୀରିକ ଦୁର୍ବଳତା ଅନୁଭବ କରିବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ମନ ପ୍ରସନ୍ନ ରହିବ।

Breaking News