ରିପୋର୍ଟ କାର୍ଡ / ଭୁବନେଶ୍ୱର
ମେଷ: ଦୃଢ଼ ମନୋବଳ ନେଇ କାର୍ଯ୍ୟ ସମ୍ପାଦନ କରିବେ। ସୁସମ୍ବାଦ ପାଇ ଖୁସି ହେବେ। ବିଭିନ୍ନ ଦିଗରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଅଧ୍ୟୟନରତ ହୋଇପାରନ୍ତି। ଜିଜ୍ଞାସୁ ହେବେ।
ବୃଷ: ପରିଶ୍ରମର ମୂଲ୍ୟ ମିଳିବ। କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ। ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହୋଇପାରନ୍ତି। ପ୍ରିୟଭାଷୀ ହେବେ। ଧନ ଓ ଯାନବାହନ ଯୁକ୍ତ ହୋଇପାରନ୍ତି। ସୁବର୍ଣ୍ଣ ସମ୍ପଦ ମିଳିପାରେ।
ମିଥୁନ: ଆର୍ଥିକ କ୍ଷେତ୍ର ସ୍ବଚ୍ଛଳ ରହିବ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ଦେବ ଦର୍ଶନର ସୁଯୋଗ ଅଛି। ଅଶାନ୍ତି ଦୂର ହେବ। ସରକାରୀ ସ୍ତରରୁ ଲାଭବାନ୍ ହେବେ। ନିର୍ଭୟରେ କାର୍ଯ୍ୟ କରିବେ।
କର୍କଟ: କର୍ମକ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି। ବିଭିନ୍ନ ସ୍ତରରୁ ଧନାଗମ ହେବାର ସୂଚନା ମିଳୁଛି। ନୀତିଜ୍ଞ ହେବେ। ଚଞ୍ଚଳମନା ହେବେ। ନିଃସ୍ବାର୍ଥପର ହୋଇପାରନ୍ତି। ସହିଷ୍ଣୁ ହେବେ। ସୁସ୍ଥ ଓ ନିରାମୟ ରହିବେ।
ସିଂହ: ଭଲ ଆୟ ହେବ। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍ ହେବେ। ଉତ୍ତମ ଭୋଜନ ମିଳିବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସ୍ବାସ୍ଥ୍ୟ ଅତୁଟ ରହିବ। ନୂଆ ବନ୍ଧୁ ହଟିପାରନ୍ତି। ଚିନ୍ତାଧାରା ମହତ ହେବ।
କନ୍ୟା: ନୃତ୍ୟ ସଙ୍ଗୀତ ଆୟୋଜନରେ ଧନ ଖର୍ଚ୍ଚ କରିପାରନ୍ତି। ବିବାଦୀୟ ବିତର୍କରୁ ଓହରିଯାଇ ପାରନ୍ତି। ଉପଯୁକ୍ତ କର୍ମାନୁରକ୍ତ ହେବେ। ଯଶସ୍ବୀ ହେବେ। ଧନଶାଳୀ ହୋଇପାରନ୍ତି। ସରକାରୀ ସ୍ତରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି।
ତୁଳା: ଶୁଭଖବର ପାଇ ଭାବବିହ୍ବଳ ହୋଇପାରନ୍ତି। ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ। ସତ୍କର୍ମରେ ନିଜକୁ ନିୟୋଜିତ କରିବେ। ଅର୍ଥପ୍ରାପ୍ତିର ସୂଚନା ମିଳୁଛି। କରିତ୍କର୍ମା ହେବେ। ପରୋପକାରୀ ହେବେ।
ବିଛା: ଆୟ ବୃଦ୍ଧିର ସୂଚନା ମିଳୁଛି। ସୁସମ୍ବାଦ ପାଇ ଖୁସି ହେବେ। କର୍ମକ୍ଷେତ୍ରରୁ ସଫଳତା ମିଳିବ। ଆର୍ଥିକ କ୍ଷେତ୍ର ସ୍ବଚ୍ଛଳ ରହିବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ସ୍ବଚ୍ଛ ଓ ନିର୍ମଳ ରହିଛି। ବିବାଦରେ ବିଜୟୀ ହେବେ।
ଧନୁ: କର୍ମଚଞ୍ଚଳ ରହିବେ। କାର୍ଯ୍ୟରେ ସଫଳତା ମିଳିବ। ଆର୍ଥିକ କ୍ଷେତ୍ର ସ୍ବଚ୍ଛଳ ରହିବ। ଅଧିକ କ୍ଷମତା ପାଇ ତା’ର ସଦ୍ ବ୍ୟବହାର କରିପାରନ୍ତି। ବିବାଦୀୟ ଘଟଣାରେ ବିଜୟୀ ହେବେ। ସୁସ୍ଥ ଓ ନିରାମୟ ରହିବେ।
ମକର: ଶାରୀରିକ କ୍ଲେଶ ଅନୁଭବ କରିପାରନ୍ତି। ଅର୍ଥାତୁର ହେବାର ସୂଚନା ମିଳୁଛି। ଉନ୍ନୟନ କାର୍ଯ୍ୟ ବାଧାପ୍ରାପ୍ତ ହୋଇପାରେ। ଜଳଯାତ୍ରା ନ କରିବା ଭଲ। ଶୁଭକାର୍ଯ୍ୟ ସ୍ଥଗିତ ରଖିବେ। ଧାର୍ମିକ ଓ ଭଗବତ୍ ବିଶ୍ବାସୀ ହେବେ।
କୁମ୍ଭ: ସୁଖକର ଘଟଣା ଘଟିବ। କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ତୃପ୍ତିକର ଭୋଜନରେ ଆପ୍ୟାୟିତ ହେବେ। ଆନନ୍ଦ ଉପଭୋଗ କରିପାରନ୍ତି। ସୁସ୍ଥ ଓ ନିରାମୟ ରହିବେ।
ମୀନ: ବନ୍ଧୁମିଳନ ଶୁଭଦାୟକ ହେବ। ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରିପାଇବେ। ଶୁଭ ସମାଚାର ମିଳିବ। ସାରାଦିନ କାର୍ଯ୍ୟବ୍ୟସ୍ତ ରହିବେ। ଶୁଭକାର୍ଯ୍ୟ ପାଇଁ ସମୟ ପ୍ରଶସ୍ତ ରହିଛି। ଋଣ ପରିଶୋଧ କରିପାରନ୍ତି।
Discussion about this post