ରିପୋର୍ଟ କାର୍ଡ / ଭୁବନେଶ୍ୱର
ମେଷ: ଆତ୍ମବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ମଧୁର ହେବ। ଥଣ୍ଡାରେ ପୀଡ଼ିତ ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଭକ୍ତି, ଆଦର, ସମ୍ମାନ ମିଳିବ।
ବୃଷ: ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାରଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କ ସହାୟତା ମିଳିବ।
ମିଥୁନ: ରୋଜଗାର ଆଶାନୁରୂପ ହେବ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ବିଦ୍ବାନ୍ ଓ ଶାସ୍ତ୍ରଜ୍ଞ ବ୍ୟକ୍ତିଭାବେ ସମାଜିକ ସ୍ତରରେ ଆଦରଣୀୟ ହେବେ।
କର୍କଟ: କର୍ମଚଞ୍ଚଳ ରହିବେ। ଥଣ୍ଡାକଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ସାଧନା ପାଇଁ ଏକାନ୍ତବାସକୁ ଆଦରି ନେବେ। ରାଜଯୋଗ ଅଛି। ଧାର୍ମିକ ପ୍ରବୃତ୍ତିର ହେବେ। ସାହସୀ ଓ ଜ୍ଞାନୀ ହେବେ।
ସିଂହ: ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନଲାଭର ସୂଚନା ମିଳୁଛି। କରିତ୍କର୍ମା ହେବେ।
କନ୍ୟା: କୁଳପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହସଦ୍ଦିଚ୍ଛା ଭାବ ରହିବ।
ତୁଳା: ଭାଗ୍ୟଶାଳୀ ହେବେ। ଭୋଗୀ ଓ ବିଳାସୀ ହୋଇପାରନ୍ତି। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ। ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ସୁଖ ମିଳିବ।
ବିଛା: କାହା ଉପରେ ନିର୍ଭରଶୀଳ ନ ହୋଇ ସ୍ବାଭିମାନର ସହ ନିଜର ଗୁଜରାଣ ମେଣ୍ଟାଇ ପାରନ୍ତି। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଶୁଭକାର୍ଯ୍ୟ ସ୍ଥଗିତ ରହିବ।
ଧନୁ: ବନ୍ଧୁମିଳନ ଦ୍ବାରା ବିଶେଷ ଉପକୃତ ହେବେ। ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି। ମନରେ ଉପୁଜିଥିବା ଅହଂଭାବକୁ ସମର୍ପି ଦେଇପାରନ୍ତି। ପତ୍ନୀଙ୍କ ଉପଦେଶ ଗ୍ରହଣୀୟ।
ମକର: ଅନାବଶ୍ୟକ ଖର୍ଚ୍ଚରୁ ଓହରି ଆସିବେ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ଋଣ ପରିଶୋଧ କରିପାରନ୍ତି।
କୁମ୍ଭ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ। ଧାର୍ମିକ, ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବଯୁକ୍ତ ହେବେ।
ମୀନ: ଉଦାର ପ୍ରକୃତିର ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ରହିବେ। କୃଷି କର୍ମକାରୀ ହେବେ। ଜଳ ପ୍ରତି ଆଦର, ପ୍ରେମୀ ଓ ବୁଦ୍ଧିମାନ୍ ହେବେ।






More Stories
ପ୍ରଶଂସାର ପାତ୍ର ହେବେ……
ବାଧାବିଘ୍ନ ଦୂର ହୋଇଯିବ…..
କୀର୍ତ୍ତିମାନ୍ ହୋଇପାରନ୍ତି…..