Report Card Odisha

| Daily Odia News

ଆଜିର ରାଶିଫଳ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ମେଷ: ଉଚ୍ଚ ସମ୍ମାନର ଅଧିକାରୀ ହେବେ। ମନ ପ୍ରସନ୍ନ ରହିବ। ଆସ୍ତିକ ହେବେ। ଭାଷା ସରଳ, ବୋଧଗମ୍ୟ ଓ ମଧୁର ହୋଇପାରେ। ଥଣ୍ଡା କଫରେ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ପ୍ରେମୀ ଓ ସାହସୀ ହେବେ। ବନ୍ଧୁପ୍ରେମୀ ଓ ବିଦ୍ୱାନ୍‍ ହେବେ।
ବୃଷ: ଭାଗ୍ୟଶାଳୀ ହୋଇପାରନ୍ତି। ବିବେକୀ ଓ ଉତ୍ତମ ବ୍ୟକ୍ତିତ୍ୱଯୁକ୍ତ ହେବେ। ଶାନ୍ତିପ୍ରେମୀ, ସହନଶୀଳ, ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବହୁ ମିତ୍ରଙ୍କ ସାନ୍ନିଧ୍ୟ ପାଇ ଖୁସି ହେବେ। ବ୍ୟବସାୟ ଲାଭଜନକ ହେବ।
ମିଥୁନ: ଆୟ ବୃଦ୍ଧିର ସୂଚନା ମିଳୁଛି। ଐଶ୍ୱର୍ଯ୍ୟଯୁକ୍ତ ହେବେ। ରଣାଙ୍ଗନରେ ପାରଙ୍ଗମ ହେବେ। ମାଲିମୋକଦ୍ଦମାରେ ବିଜୟ ଲାଭ କରିବେ। ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ସୁସ୍ଥ ରହିବେ।
କର୍କଟ: ଧନକ୍ଷୟ ହେବାର ସମ୍ଭାବନା ଅଛି। ଥଣ୍ଡା କଫରେ ପୀଡ଼ିତ ଥାଇ ମଧ୍ୟ କର୍ମଚଞ୍ଚଳ ରହିବେ। ଆଖିରେ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ସାହସୀ ଓ ଜ୍ଞାନୀ ହେବେ। ମଧୁର ଭାଷାରେ ପରକୁ ଆପଣାର କରି କାର୍ଯ୍ୟ ହାସଲ କରିବେ।
ସିଂହ: ରୋଜଗାର ଆଶାନୁରୂପ ହୋଇପାରେ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ଯଶସ୍ୱୀ ହେବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ମିଳିପାରେ।
କନ୍ୟା: ପ୍ରତ୍ୟେକ କାର୍ଯ୍ୟ ଶୀଘ୍ର ଶେଷ କରିବାକୁ ଉଦ୍ୟମ ଚଳାଇପାରନ୍ତି। ବ୍ୟବସାୟରୁ ଭଲ ଲାଭ ମିଳିବ। ବଂଶ ଗରିମାକୁ ଆଲୋକିତ କରିପାରନ୍ତି। ଚିତ୍ତ ପ୍ରସନ୍ନ ରହିବ। ସୁସ୍ଥ ରହିବେ। ଯଶସ୍ୱୀ ହେବେ। ପାରିବାରିକ ସ୍ନେହ ଶ୍ରଦ୍ଧା ଅତୁଟ ରହିବ।
ତୁଳା: ଦାନ ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ଭୋଗ ବିଳାସ କରିପାରନ୍ତି। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ବିଦ୍ୱାନ୍‍, ସାହସୀ ଓ ସମ୍ପତ୍ତିବାନ୍‍ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ବିଛା: ଈର୍ଷା ପରାୟଣ ହେବାକୁ ବାଧ୍ୟ ହେବେ। ସ୍ୱାଭିମାନୀ ହୋଇପାରନ୍ତି। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ବିବାଦୀୟ ଘଟଣାରେ ମୌନ ରହିବା ଭଲ। ଯାନବାହନରେ ସତର୍କ ରହିବେ।
ଧନୁ: ବହୁ ମିତ୍ରଙ୍କ ସାନ୍ନିଧ୍ୟ ପାଇ ଆନନ୍ଦ ଅନୁଭବ କରିବେ। ବ୍ୟବସାୟ ଲାଭଜନକ ହେବ। ସେବା କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି। ଉତ୍ସର୍ଗୀକୃତ ମନୋଭାବର ହେବେ। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହେବେ। ପତ୍ନୀଙ୍କ ପରାମର୍ଶରେ ଚଳିବେ।
ମକର: ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଅବଶିଷ୍ଟ ଶରୀର ସୁସ୍ଥ ଓ ନିରାମୟ ସମ୍ପନ୍ନ ହେବ। ଶକ୍ତିମାନ୍‍ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିର କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ପ୍ରଶଂସା ଭାଜନ ହେବେ।
କୁମ୍ଭ: ଉତ୍ତମ ପରାମର୍ଶଦାତାଭାବେ ସମ୍ମାନିତ ହେବେ। କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ୱାରା ଉପକୃତ ହୋଇପାରନ୍ତିି। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟରୁ ପ୍ରଚୁର ଧନଲାଭ ହେବ।
ମୀନ: ଉଦାର ସ୍ୱଭାବର ହୋଇପାରନ୍ତି। ଦାନଶୀଳ ହେବେ। ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। କୃଷିକ୍ଷେତ୍ରରୁ ଲାଭବାନ୍‍ ହୋଇପାରନ୍ତି। ପ୍ରେମୀ ଓ ବୁଦ୍ଧିମାନ୍‍ ହୋଇପାରନ୍ତି। ଯାନବାହନ ସୁଖ ମିଳିପାରେ।

Breaking News