ରିପୋର୍ଟ କାର୍ଡ / ଭୁବନେଶ୍ୱର
ମେଷ: ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ସ୍ବାଭିମାନୀ ହୋଇପାରନ୍ତି। ମନରେ ଈର୍ଷାଭାବ ଜାଗ୍ରତ ହୋଇପାରେ। ଶାରୀରିକ ଦୁର୍ବଳତା ଅନୁଭବ କରିବେ। ଅଷ୍ଟମ ଚନ୍ଦ୍ର ହେତୁ ସତର୍କରେ ଚଳିବେ।
ବୃଷ: ବନ୍ଧୁ ମିଳନରେ ଉପକୃତ ହେବେ। ବ୍ୟବସାୟ ଲାଭଜନକ ହେବ। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ। ପତ୍ନୀଙ୍କ ଦ୍ବାରା ପରିଚାଳିତ ହେବେ।
ମିଥୁନ: ପ୍ରିୟ ଲୋକଙ୍କ ସାନ୍ନିଧ୍ୟ ମିଳିବ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ।
କର୍କଟ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ବାରା ଉପକୃତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ସୂତ୍ରରୁ ଆସିବ। ଧାର୍ମିକ, ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବ ହେବେ।
ସିଂହ: ଉଦାର ସ୍ବଭାବର ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଉତ୍ତମ ବ୍ୟକ୍ତିତ୍ବଯୁକ୍ତ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷିକର୍ମରୁ ଲାଭ ପାଇବେ। ପ୍ରେମୀ ଓ ବୁଦ୍ଧିମାନ୍ ହେବେ।
କନ୍ୟା: ମନ ପ୍ରସନ୍ନ ରହିବ। ଆତ୍ମ ବିଶ୍ବାସୀ ହେବେ। ମଧୁର ଭାଷା ଓ ବ୍ୟବହାର କରି ପରକୁ ଆପଣାର କରିପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର ସମ୍ମାନ ମିଳିବ। ବିଦ୍ବାନ୍ ହୋଇପାରନ୍ତି।
ତୁଳା: ଭାଗ୍ୟଶାଳୀ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ପ୍ରକୃତି ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କ ସହାୟତା ମିଳିବ। ଧନାଗମ ହେବ।
ବିଛା: ଆୟ ଆଶାନୁରୂପ ହେବ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ସୁସ୍ବାଦୁ ଭୋଜନରେ ଆପ୍ୟାୟିତ ହେବେ। ସୁସ୍ଥ ଓ ନିରାମୟ ରହିବେ।
ଧନୁ: କର୍ମଚଞ୍ଚଳ ରହିବେ। ତପ-ସାଧନା ପାଇଁ ଏକାନ୍ତବାସକୁ ସାମୟିକ ଭାବେ ଆଦରି ନେବେ। ମଧୁର ଭାଷାରେ ପରକୁ ଆପଣାର କରିପାରନ୍ତି। ନୀତିନିଷ୍ଠ ହେବେ। ସାହସୀ ଓ ଜ୍ଞାନୀ ହେବେ। ବ୍ୟୟାଧିକ ହେବ।
ମକର: ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
କୁମ୍ଭ: ମନ ପ୍ରସନ୍ନ ରହିବ। କୁଳ ଉଳକାରୀ ହେବେ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହ ସଦ୍ଦିଚ୍ଛା ଭାବ ରହିବ।
ମୀନ: ଭାଗ୍ୟଶାଳୀ ହେବେ। ଭୋଗୀ ଓ ବିଳାସୀ ହୋଇପାରନ୍ତି। ଦିନଟି ସୁଖ ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍ ଓ ସାହସୀ ହେବେ। ସମ୍ପତ୍ତିବାନ୍ ହୋଇପାରନ୍ତି। ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
More Stories
ଆର୍ଥିକ ସ୍ଥିତିରେ ଉନ୍ନତି ଘଟିବ…..
ମାନ-ସମ୍ମାନ ପ୍ରାପ୍ତ ହେବେ…..
ଉଦ୍ୟୋଗୀ ହେବେ…..