Report Card Odisha

| Daily Odia News

ଏହି ରାଶିର ବ୍ୟକ୍ତି ବିଶେଷଙ୍କୁ ସତର୍କତାରେ ଚଳିବାକୁ ପଡ଼ିବ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ମେଷ : ଐଶ୍ବର୍ଯ୍ୟପ୍ରାପ୍ତିର ସୂଚନା ମିଳୁଛି। ମାଲି-ମୋକଦ୍ଦମାରେ ଜିଣି ଧନଲାଭ କରିପାରନ୍ତି। ଧନସମ୍ପଦ ଭରପୂର ରହିବ। ସରକାରୀ ସ୍ତରରୁ ଅର୍ଥପ୍ରାପ୍ତିର ସୂଚନା ମିଳୁଛି। ସୁସ୍ଥ ଓ ନିରାମୟ ରହିବେ।

ବୃଷ : ବ୍ୟୟବୃଦ୍ଧିର ସୂଚନା ମିଳୁଛି। ଥଣ୍ଡା-କଫଜନିତ ପୀଡ଼ା ଅନୁଭବ କରିପାରନ୍ତି। ଚଞ୍ଚଳ ସ୍ବଭାବର ହେବେ। ଏକାନ୍ତରେ ସମୟ ବିତାଇବାକୁ ଇଚ୍ଛା କରିବେ। ଈଶ୍ବର ବିଶ୍ବାସୀ, ଶାସ୍ତ୍ରଜ୍ଞ ଓ ଜ୍ଞାନୀ ହୋଇପାରନ୍ତି।

ମିଥୁନ : ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସମ୍ମାନିତ ହେବେ। ରୋଜଗାର ଆଶାନୁରୂପ ହେବ। ସରକାରୀ ଅର୍ଥ ମିଳିପାରେ।

କର୍କଟ : କର୍ତ୍ତବ୍ୟନିଷ୍ଠ ହେବେ। କୁଳପ୍ରଦୀପ ହୋଇପାରନ୍ତି। ଶରୀର ସୁସ୍ଥ ରହିବ। ଦୟାଳୁ ସ୍ବଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପାରିବାରିକ ସ୍ନେହ, ଶ୍ରଦ୍ଧା ରହିବ।

ସିଂହ : ସେବା ଧର୍ମକୁ ଆଦରିନେଇ ପାରନ୍ତି। ଭାଗ୍ୟଶାଳୀ ହେବେ। ଭୋଗବିଳାସ କରିପାରନ୍ତି। ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ବିଦ୍ବାନ୍‌, ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

କନ୍ୟା : ଶୁଭସମ୍ବାଦ ପାଇ ଖୁସି ହୋଇପାରନ୍ତି। ପ୍ରତିଶୋଧ ପରାୟଣ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଆଜି ସତର୍କତାରେ ଚଳିବାକୁ ପଡ଼ିବ।

ତୁଳା : ଶୁଭ ଖବର ମିଳିପାରେ। ବ୍ୟବସାୟ ଲାଭଜନକ ହେବ। ସମାଜସେବାରେ ନିଜକୁ ନିୟୋଜିତ କରିବେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହୋଇପାରନ୍ତି। ପତ୍ନୀଙ୍କ ଇଙ୍ଗିତରେ ପରିଚାଳିତ ହେବେ।

ବିଛା : ଭୟଭୀତ କରିବାକୁ ଶତ୍ରୁ ଉଦ୍ୟମ ଚଳାଇପାରନ୍ତି। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି।

ଧନୁ : କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ବାରା ଉପକୃତ ହୋଇପାରନ୍ତି। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟରୁ ପ୍ରଚୁର ଧନଲାଭ ହେବାର ସୂଚନା ମିଳୁଛି।

ମକର : ଉଦାର ପ୍ରକୃତିର ହେବେ। ଦାନଶୀଳ ହୋଇପାରନ୍ତି। ସୁଖୀ ହେବେ। ଉତ୍ତମ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ରହିବେ। ଦଳ ପ୍ରତି ଆଦର ଓ ସ୍ନେହଭାବ ରହିବ। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ।

କୁମ୍ଭ : ମନ ପ୍ରସନ୍ନ ରହିବ। ଆତ୍ମବିଶ୍ବାସୀ ହେବେ। ମଧୁର କଥା କହି କାର୍ଯ୍ୟ ହାସଲ କରିପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର ସମ୍ମାନ ମିଳିବ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ହେବେ।
ମୀନ : ଭାଗ୍ୟଶାଳୀ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କ ଦ୍ବାରା ଉପକୃତ ହୋଇପାରନ୍ତି। ଅଧିକ ଧନ ଅର୍ଜନ କରିବେ।

Breaking News