Report Card Odisha

| Daily Odia News

ଆଜିର ରାଶିଫଳ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ମେଷ : ବନ୍ଧୁ ମିଳନରେ ସାମାଜିକ ସ୍ଥିତି ସୁଦୃଢ଼ ହେବ। ବ୍ୟବସାୟ ଲାଭଜନକ ହେବ। ସେବା କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହେବେ। ପତ୍ନୀଙ୍କ ସହଯୋଗ ପାଇ ଢ଼େର ଉନ୍ନତି କରିବେ।
ବୃଷ : ଶତ୍ରୁମାନେ ଆପଣଙ୍କର ଅନିଷ୍ଟ କରିବା ପାଇଁ ଉଦ୍ୟମ କରିବେ। ଭାଇମାନଙ୍କର ସହଯୋଗ ମିଳିବ। ଶତ୍ରୁ ଦମନ କରିବାରେ ପାରଙ୍ଗମ ହେବେ। ସାମାନ୍ୟ ଚକ୍ଷୁ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଚାକିରିରେ ସ୍ବନାମ ଧନ୍ୟ ହେବେ।
ମିଥୁନ : ମନ ଚଞ୍ଚଳ ରହିବ। କର୍ମକ୍ଷେତ୍ର ଉଜ୍ଜ୍ୱଳମୟ ହେବ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। କନ୍ୟା ସନ୍ତାନ ଦ୍ୱାରା ଉପକୃତ ହୋଇପାରନ୍ତି। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟ ଲାଭଜନକ ହେବ। ସୁସ୍ଥ ରହିବେ।
କର୍କଟ : ଉଦାର ପ୍ରକୃତିର ହେବେ। ଦାନଶୀଳ ହୋଇପାରନ୍ତି। ଆଦର୍ଶବାଦୀ ହେବେ। ସୁସ୍ଥ ଓ ନୀରୋଗ ଶରୀରଯୁକ୍ତ ହୋଇପାରନ୍ତି। କୃଷିରୁ ଲାଭବାନ୍‍ ହେବେ। ପ୍ରେମୀ ଓ ବୁଦ୍ଧିମାନ ହୋଇ ପାରନ୍ତି। ଯାନବାହନ ସୁଖ ମିଳିପାରେ।
ସିଂହ : ଶୁଭ ଖବର ପାଇ ଭାବବିହ୍ୱଳ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ଈଶ୍ୱର ବିଶ୍ୱାସୀ ହେବେ। ମଧୁରଭାଷୀ ହୋଇପାରନ୍ତି। ଥଣ୍ଡା କଫଜନିତ ସାମାନ୍ୟ କ୍ଳେଶ ଉପୁଜିପାରେ। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କ ଆଦର ମିଳିବ।
କନ୍ୟା : ଆଶାବାଦୀ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ମଧୁର କଥାରେ ଶତ୍ରୁର ମନଜିଣି ପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରମାନଙ୍କ ସହଯୋଗ ମିଳିବ। ବ୍ୟବସାୟ ଲାଭଜନକ ହେବ।
ତୁଳା : ଶ୍ରୀଚନ୍ଦ୍ର ଭୋଗ ହେତୁ ଆୟ ଅଧିକ ହୋଇପାରେ। ସୁସ୍ଥ ଓ ନିରାମୟ ରହିବେ। ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି। ରଣକ୍ଷେତ୍ରରେ ବୀରତ୍ୱ ପ୍ରତିପାଦନ କରିବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭର ସୁଯୋଗ ଅଛି।
ବିଛା : ମନ ଚଞ୍ଚଳ ରହିବ। କର୍ମକ୍ଷେତ୍ରକୁ ଉଜ୍ଜ୍ୱଳମୟ କରିପାରନ୍ତି। ଧର୍ମକାର୍ଯ୍ୟରେ ଧନବ୍ୟୟ କରି ଆତ୍ମତୃପ୍ତି ଲାଭ କରିବେ। କର୍ମଚଞ୍ଚଳ ରହିବେ। ଚକ୍ଷୁରେ ସାମାନ୍ୟ ତଥା ସାମୟିକ ଯନ୍ତ୍ରଣା ଅନୁଭବ କରିପାରନ୍ତି। ବ୍ୟବହାର ପାରଙ୍ଗମ ହେବେ।
ଧନୁ : ସାଧନାରେ ସିଦ୍ଧି ପ୍ରାପ୍ତ ହେବେ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହ ଅର୍ଥ ପ୍ରାପ୍ତ ହେବେ।
ମକର : ବହୁ ଶୁଭ ଫଳର ସୂଚନା ମିଳୁଛି। ବ୍ୟବସାୟ ଲାଭଜନକ ହେବ। କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ଦେହ ଓ ମନ ସୁସ୍ଥ ରହିବ। ଦୟାଳୁ ସ୍ୱଭାବର ହେବେ। ଯଶସ୍ୱୀ ହୋଇପାରନ୍ତି। ନିଜ ପରିବାର ପ୍ରତି ସ୍ନେହ ସଦିଚ୍ଛାଭାବ ରହିବ।
କୁମ୍ଭ : ଭାଗ୍ୟଶାଳୀ ହେବେ। ଭୋଗ ବିଳାସ କରିପାରନ୍ତି। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ଧର୍ମାତ୍ମା, ବିଦ୍ୱାନ, ସାହସୀ ଓ ସମ୍ପତ୍ତିଯୁକ୍ତ ହୋଇପାରନ୍ତି। ଉଦ୍ୟୋଗୀ ହେବେ। ପାରିବାରିକ ଜୀବନ ସୁଖପ୍ରଦ ହେବ। ଉତ୍ତମ ଲେଖକ ହେବେ।
ମୀନ : ସାମାନ୍ୟ ଅସୁସ୍ଥତା ଅନୁଭବ କରୁଥିଲେ ମଧ୍ୟ କାର୍ଯ୍ୟରେ ଉତ୍ସାହ ବୃଦ୍ଧି ପାଇବ। ସ୍ୱାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଶତ୍ରୁମାନଙ୍କ ଉପରେ ସତର୍କ ଦୃଷ୍ଟି ରଖିବାକୁ ପଡ଼ିବ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ କିଛିଟା କ୍ଳେଶ ଉପୁଜି ପାରେ।

Breaking News