ରିପୋର୍ଟ କାର୍ଡ / ଭୁବନେଶ୍ଵର
ମେଷ : ଶ୍ରୀଚନ୍ଦ୍ର ଭୋଗ ହେତୁ ସୁସ୍ବାଦୁ ଭୋଜନରେ ଆପ୍ୟାୟିତ ହେବେ। ବିଭିନ୍ନ ସୂତ୍ରରୁ ଆୟ ଅାଶାନୁରୂପ ହେବ। ଧନ ଲାଭ ଓ ଐଶ୍ବର୍ଯ୍ୟପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ।
ବୃଷ : କର୍ମଚଞ୍ଚଳ ରହିବେ। ଏକାନ୍ତ ପ୍ରିୟ ହୋଇପାରନ୍ତି। ଥଣ୍ଡା, କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ମଧୁର ଭାଷୀ ହେବେ। ଧର୍ମୀୟ କାର୍ଯ୍ୟରେ ଅଧିକ ବ୍ୟୟ କରିପାରନ୍ତି। ସାହସୀ ଓ ଜ୍ଞାନୀ ହେବେ।
ମିଥୁନ : ରୋଜଗାର ଆଶାନୁରୂପ ହେବ। ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନପ୍ରାପ୍ତିର ସୂଚନା ମିଳୁଛି।
କର୍କଟ : କର୍ମ ଚଞ୍ଚଳ ରହିବେ। କୁଳପ୍ରଦୀପ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପାରିବାରିକ ସୁଖ ମିଳିବ।
ସିଂହ : ଜନସାଧାରଣଙ୍କ ଆଦରଣୀୟ ହେବେ। ଭାଗ୍ୟଶାଳୀ ହୋଇପାରନ୍ତି। ପ୍ରେମୀ ଓ ବିଳାସୀ ହେବେ। ଜୀବନ, ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ବିଦ୍ବାନ, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖ ମିଳିବ।
କନ୍ୟା : ସ୍ବାଭିମାନ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଶୁଭକାର୍ଯ୍ୟକୁ ସ୍ଥଗିତ ରଖିବେ। ସାମୟିକଭାବେ ଅନଟନର ସମ୍ମୁଖୀନ ହୋଇପାରନ୍ତି। ଆଜି ସତର୍କତାର ଦିନ।
ତୁଳା : ବନ୍ଧୁ ସହଯୋଗ ପାଇ ଖୁସି ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସମାଜସେବା ଓ ପରୋପକାରରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତି ଓ ଧୈର୍ଯ୍ୟବାନ୍ ହେବେ। ପତ୍ନୀଙ୍କ ପରାମର୍ଶ ସୁଖଦାୟକ ହେବ।
ବିଛା : ସୁସ୍ଥ ଓ ନିରାମୟ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହେବେ। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ବ୍ୟବସାୟ ଲାଭଜନକ ହେବ। ମନ ପ୍ରସନ୍ନ ରହିବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ଧନୁ : କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ବାରା ଉପକୃତ ହେବେ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟରୁ ପ୍ରଚୁର ଲାଭ ପାଇପାରନ୍ତି। ଧାର୍ମିକ, ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ।
ମକର : ଉଦାର ପ୍ରକୃତିର ହେବେ। ଦାନଧର୍ମକୁ ଶ୍ରେୟ ମଣିପାରନ୍ତି। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। ଦଳ ପ୍ରତି ଆଦର ଓ ସମ୍ମାନ ରହିବ। ପ୍ରେମୀ ଓ ବୁଦ୍ଧିମାନ୍ ହେବେ। ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ।
କୁମ୍ଭ : ଶ୍ରମ ସାର୍ଥକ ହେବ। ମନ ପ୍ରସନ୍ନ ରହିବ। ଆତ୍ମବିଶ୍ବାସୀ ହେବେ। ମଧୁରଭାଷୀ ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର, ସମ୍ମାନ ମିଳିବ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍ ହେବେ।
ମୀନ : ବିଭିନ୍ନ ସ୍ତରରୁ ଆଦର ଅଭ୍ୟର୍ଥନା ମିଳିବ। ଭାଗ୍ୟଶାଳୀ ହୋଇପାରନ୍ତି। ଉତ୍ତମ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
Discussion about this post