ରିପୋର୍ଟ କାର୍ଡ / ଭୁବନେଶ୍ୱର
ମେଷ : ବିବେକାନୁମୋଦିତ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରିବେ। ବିତ୍ତବାନ୍ ହେବେ। କୁଳପ୍ରଧାନ ହୋଇପାରନ୍ତି। ବ୍ୟୟଭାର ବହନ କରିବା କଷ୍ଟସାଧ୍ୟ ହେବ। କୃପଣ ସ୍ବଭାବର ହେବେ।
ବୃଷ : ସତ୍ୟାନୁରକ୍ତ ହେବେ। ଉତ୍ତମ ବନ୍ଧୁଙ୍କ ସାନ୍ନିଧ୍ୟ ମିଳିବ। ଅକ୍ଷୟ କୀର୍ତ୍ତି ସ୍ଥାପନ କରିପାରନ୍ତି। ଜିତେନ୍ଦ୍ରିୟ ହେବେ। ଦୟାର୍ଦ୍ରଚିତ୍ତ ହେବେ। ବ୍ୟବସାୟ ଲାଭଜନକ ହେବ। ମନ ପ୍ରସନ୍ନ ରହିବ।
ମିଥୁନ : ନାନା ବିଭବରେ ମଣ୍ଡିତ ହୋଇପାରନ୍ତି। ଗୌରବର ଅଧିକାରୀ ହେବେ। ଜ୍ଞାନ ପିପାସୁ ହୋଇପାରନ୍ତି। ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ବିଦ୍ବାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ। ଦାମ୍ପତ୍ୟ ସୁଖ ମିଳିବ।
କର୍କଟ : ଧର୍ମ ଧ୍ବଜାଧାରୀ ହେବେ। ସତ୍କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ସାମାଜିକ ସ୍ତରରେ ପ୍ରଭୁତ୍ବ ବିସ୍ତାର କରିପାରନ୍ତି। ପରାଶ୍ରିତ ନ ହୋଇ ନିଜ ବୁଦ୍ଧି ବଳରେ କାର୍ଯ୍ୟ ନିର୍ବାହ କରିପାରନ୍ତି।
ସିଂହ : ସ୍ବାଭିମାନୀ ହେବେ। ପ୍ରଭାବହୀନ ହୋଇପାରନ୍ତି। ନିକୃଷ୍ଟ ସଙ୍ଗ ବର୍ଜନ କରିବାକୁ ପଡ଼ିବ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ସହଯୋଗୀ ବ୍ୟବସାୟ ଲାଭପ୍ରାପ୍ତ ହେବ।
କନ୍ୟା : ବନ୍ଧୁ ମିଳନ ହେବ। ବ୍ୟବସାୟ ଲାଭଜନକ ହେବ। ସମାଜସେବାରେ ନିଜକୁ ନିୟୋଜିତ କରିବେ। ମନରେ ଅହଂଭାବ ଜାଗ୍ରତ ହୋଇପାରେ। ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ। ଦାମ୍ପତ୍ୟ ସୁଖ ମିଳିବ।
ତୁଳା : ଚକ୍ଷୁରେ ସାମୟିକଭାବେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହେବେ।
ବିଛା : କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ବାରା ଉପକୃତ ହେବେ। ଆକସ୍ମିକ ଧନଲାଭର ସୁଯୋଗ ସୃଷ୍ଟି ହୋଇଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ। ଧାର୍ମିକ, ତେଜସ୍ବୀଯୁକ୍ତ ହେବେ।
ଧନୁ : ଉଦାର ସ୍ବଭାବର ହେବେ। ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଆଦର୍ଶ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହେବେ। ପ୍ରେମୀ ଓ ବୁଦ୍ଧିମାନ୍ ହେବେ।
ମକର : ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ମଧୁରଭାଷୀ ହୋଇପାରନ୍ତି। ଥଣ୍ଡା କଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର ସମ୍ମାନ ମିଳିବ।
କୁମ୍ଭ : ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହେବେ। ପାରିବାରିକ ଜୀବନ ସୁଖପ୍ରଦ ହେବ। ନୂଆ ବନ୍ଧୁଙ୍କଠାରୁ ସହାୟତା ମିଳିବ।
ମୀନ : ଆୟ ଆଶାନୁରୂପ ହେବ । ଐଶ୍ବର୍ଯ୍ୟପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ଲୋକପ୍ରିୟ ହେବେ। ସମ୍ମାନିତ ହୋଇପାରନ୍ତି। ସୁୁସ୍ବାଦୁ ଭୋଜନ ଗ୍ରହଣ କରିବେ।
More Stories
ଆଜି ମହାପ୍ରଭୁଙ୍କ ନେତ୍ର ଉତ୍ସବ, ନବଯୌବନ ଦର୍ଶନ……
ଶୁଭ ଫଳ ପାଇବେ……
ଭବିଷ୍ୟତ ଉଜ୍ଜ୍ବଳମୟ ହେବ……