Report Card Odisha

| Daily Odia News

ଆଜିର ରାଶିଫଳ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ମେଷ: ବନ୍ଧୁମିଳନ ଆନନ୍ଦ ଦାୟକ ହେବ। ସୁଖକର ଘଟଣା ଘଟିପାରେ। କର୍ମକ୍ଷେତ୍ରରେ ଅପୂର୍ବ ସଫଳତା ମିଳିବ। ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ଅଛି। ସୁସ୍ବାଦୁ ଭୋଜନ ମିଳିବ। ଆନନ୍ଦ ଉପଭୋଗ କରିବେ।
ବୃଷ: କାର୍ଯ୍ୟରେ ସଫଳତା ଲାଭ କରିବେ। ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ। ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି। ସାରାଦିନ କାର୍ଯ୍ୟ ବ୍ୟସ୍ତ ରହିବେ। ଶୁଭକାର୍ଯ୍ୟ କରିପାରନ୍ତି। ଋଣ ପରିଶୋଧ କରିବେ।
ମିଥୁନ: ଅଧ୍ୟାପନାର ପ୍ରସ୍ତୁତି ପାଇଁ ଅଧ୍ୟୟନରତ ହୋଇପାରନ୍ତି। ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଶୁଭ ଖବର ପାଇ ପ୍ରଫୁଲ୍ଲିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଉପଯୁକ୍ତ ପରାମର୍ଶଦାତା ହୋଇପାରନ୍ତି।
କର୍କଟ: ପରିଶ୍ରମ ଯେତେ କଠିନ ହେଲେ ବି ତା’ର ମୂଲ୍ୟ ମିଳିବ। କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ। ଯାନବାହନ ସୁଖ ମିଳିବ। କୃଷି କ୍ଷେତ୍ରରୁ ଲାଭ ମିଳିପାରେ। ଗୃହ ପରିବେଶ ପ୍ରଦୂଷଣମୁକ୍ତ ରହିବ। ପତ୍ନୀଙ୍କ ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ।
ସିଂହ: ମନ ପ୍ରସନ୍ନ ରହିବ। ଆର୍ଥିକ ସ୍ଥିତିରେ ଢେର ଉନ୍ନତି ଘଟିବ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ଭଗବତ ପ୍ରେମୀ ହେବେ। ଦେବଦର୍ଶନ ପାଇ ଆତ୍ମ ତୃପ୍ତି ଲାଭ କରିବେ। ଅଶାନ୍ତି ଦୂର ହେବ। ସରକାରୀ ସ୍ତରରୁ ଲାଭ ମିଳିବ।
କନ୍ୟା: ମନ ଦ୍ବିଧାଗ୍ରସ୍ତ ହୋଇପାରେ। ତ୍ୟାଗପୂତ ମନୋବୃତ୍ତି ଗ୍ରହଣ କରି ପାରନ୍ତି। ନୀତିନିଷ୍ଠ ବ୍ୟକ୍ତିଭାବେ ସାମାଜିକ ସ୍ତରରେ ଆଦରଣୀୟ ହେବେ। ବିବିଧ ଧନଯୁକ୍ତ ହୋଇପାରନ୍ତି। ମନ ଚଞ୍ଚଳ ରହିବ। ଅତିସୁଖୀ ଓ କୀର୍ତ୍ତିମାନ ହେବେ।
ତୁଳା: ସୁଖୀ ହେବେ। ସମ୍ମାନିତ ହୋଇପାରନ୍ତି। ଆୟ ଆଶାନୁରୂପ ହେବ। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍‌ ହେବେ। ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ସ୍ବାସ୍ଥ୍ୟ ଅତୁଟ ରହିବ। ଦାମ୍ପତ୍ୟ ସୁଖ ମିଳିବ। ଚିନ୍ତାଧାରା ମହତ୍‌ ହେବ।
ବିଛା: ମନରେ ଭକ୍ତିଭାବ ଜାଗ୍ରତ ହେବ। ବିବାଦୀୟ ବିତର୍କରେ ଭାଗନେଇ ନିରବ ଦର୍ଶକ ସାଜିପାରନ୍ତି। ଯାତ୍ରା ଶୁଭପ୍ରଦ ହେବ। ଖର୍ଚ୍ଚାନ୍ତ ହେବାର ସୂଚନା ମିଳୁଛି। ମଧୁର କଥା କହି ପରକୁ ଆପଣାର କରିବେ। କର୍ମଚଞ୍ଚଳ ରହିବେ।
ଧନୁ: ଧନସମ୍ପଦ ଭରପୂର ରହିବାର ସୂଚନା ମିଳୁଛି। ସୁସମ୍ବାଦ ପାଇ ଭାବବିହ୍ବଳ ହେବେ। ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ। ସତ୍‌କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ବିଭିନ୍ନ ସୂତ୍ରରୁ ଅର୍ଥପ୍ରାପ୍ତିର ସୂଚନା ମିଳୁଛି।
ମକର: ସୁଖ ସମ୍ମାନ ଲାଭକରି ପାରନ୍ତି। ଶୁଭ ସମାଚାର ମିଳିବ। କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ। ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖାଦେବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ସ୍ବଚ୍ଛ ଓ ନିର୍ମଳ ରହିଛି। ପ୍ରତିଯୋଗିତାରେ କୃତିତ୍ବ ମିଳିବ।
କୁମ୍ଭ: ଭ୍ରମଣ ସୁଖଦାୟକ ହେବ। ଅଧିକ କ୍ଷମତା ପାଇ ତା’ର ସଦ୍‌ ବ୍ୟବହାର କରିପାରନ୍ତି। ଥଣ୍ଡାସର୍ଦ୍ଦିରେ ଆକ୍ରାନ୍ତ ହୋଇପାରନ୍ତି। ବିବାଦୀୟ ଘଟଣାରେ ବିଜୟୀ ହେବେ। ପାରିବାରିକ ଜୀବନ ସୁଖପ୍ରଦ ହେବ। ଦୁଃଶ୍ଚିନ୍ତା ଦୂର ହେବ।
ମୀନ: ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। କର୍ମକ୍ଷେତ୍ରକୁ ଉଳମୟ କରିପାରନ୍ତି। ଅନଟନର ସମ୍ମୁଖୀନ ହେଲେ ବି ଉନ୍ନୟନ କାର୍ଯ୍ୟରୁ ବିରତ ହେବେ ନାହିଁ। ଶୁଭକାର୍ଯ୍ୟ ସ୍ଥଗିିତ ରଖିବାକୁ ପଡ଼ିବ। ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ରହିବେ।

Breaking News