Report Card Odisha

| Daily Odia News

ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହେବ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ମେଷ: ଭାଗ୍ୟଲକ୍ଷ୍ମୀ ବରଦାୟିକା ଅଛନ୍ତି। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବିଭିନ୍ନ ସ୍ତରରୁ ଧନାଗମ ହେବ।
ବୃଷ: ଆୟ ଆଶାନୁରୂପ ହେବ। ଐଶ୍ବର୍ଯ୍ୟପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନ ଲାଭ ହେବ। ସୁସ୍ବାଦୁ ଭୋଜନରେ ଆପ୍ୟାୟିତ ହେବେ। ଧନ, ସମ୍ପଦ ଭରପୂର ରହିବ।

ମିଥୁନ: କର୍ମଚଞ୍ଚଳ ରହିବେ। ଏକାନ୍ତରେ ମୌନ ରହି ସାଧନାରେ ବ୍ରତୀ ହୋଇପାରନ୍ତି। ମଧୁର ଭାଷାରେ ପରକୁ ଆପଣାର କରିବେ। ଶତ୍ରୁତାରୁ ମୁକ୍ତ ହେବାକୁ ଧନ ବ୍ୟୟ କରିବେ। ଧାର୍ମିକ ପ୍ରକୃତିର ହେବେ।

କର୍କଟ: ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଧନ ପ୍ରାପ୍ତ ହେବ। ପ୍ରତି କାର୍ଯ୍ୟରେ ସଫଳ ହେବେ।

ସିଂହ: କୁଳ ଉଳକାରୀ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ଉପରେ ସ୍ନେହଭାବ ରହିବ।

କନ୍ୟା: ଭାଗ୍ୟଶାଳୀ ହେବେ। ଭୋଗୀ ଓ ବିଳାସୀ ହେବେ। ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଉଦ୍ୟୋଗୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ତୁଳା: ଈର୍ଷା ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଶାରୀରିକ ଓ ମାନସିକ ସ୍ତରରେ ଦୁର୍ବଳତା ଅନୁଭବ କରିପାରନ୍ତି। ଜଳଯାତ୍ରା ନ କରିବା ଉଚିତ୍‌।

ବିଛା: ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ। ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ଦୁଃଖ ଦୂର କରିବାରେ ପାରଙ୍ଗମ ହେବେ। ଶରୀର ସ୍ବଚ୍ଛ ରହିବ।

ଧନୁ: ଅନାବଶ୍ୟକ ଖର୍ଚ୍ଚର ସମ୍ମୁଖୀନ ହୋଇପାରନ୍ତି। ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। କୌଶଳୀ ଓ ଶତ୍ରୁହନ୍ତା ହୋଇପାରନ୍ତି। କୋଷ୍ଠକାଠିନ୍ୟରେ ପୀଡ଼ିତ ହୋଇପାରନ୍ତି।

ମକର: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ବାରା ଉପକୃତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ। ଧାର୍ମିକ, ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବ ହେବେ।

କୁମ୍ଭ: ଉଦାର ସ୍ବଭାବର ହେବେ। ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଆଦର୍ଶ ବ୍ୟକ୍ତିତ୍ବଯୁକ୍ତ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି ଉପରେ ଧ୍ୟାନ ଦେବେ। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ।

ମୀନ: ମନ ପ୍ରସନ୍ନ ରହିବ। ଆତ୍ମବିଶ୍ବାସୀ ହେବେ। ଭାଷା ଓ ବ୍ୟବହାରର ମାଧୁରିମା ଆପଣଙ୍କୁ ମହାନ୍‌ କରିପାରେ। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର ସମ୍ମାନ ମିଳିବ।

Breaking News