Report Card Odisha

| Daily Odia News

ଏହି ରାଶିର ବ୍ୟକ୍ତି ଉଚ୍ଚ ସମ୍ମାନ ଲାଭକରି ପାରନ୍ତି……

ରିପୋର୍ଟ କାର୍ଡ / ଭୁବନେଶ୍ୱର

ମେଷ : ଉଦାର ପ୍ରକୃତିର ହେବେ। ଦାନଶୀଳ ହୋଇ ପାରନ୍ତି। ସୁଖୀ ହେବେ ଆଦର୍ଶ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କାର୍ଯ୍ୟରେ ଧ୍ୟାନ ଦେବେ। ପ୍ରେମୀ ଓ ବୁଦ୍ଧିମାନ ହୋଇ ପାରନ୍ତି।
ବୃଷ : ଉଚ୍ଚ ସମ୍ମାନ ଲାଭକରି ପାରନ୍ତି। ମନ ପ୍ରସନ୍ନ ରହିବ। ଆତ୍ମବିଶ୍ବାସୀ ହେବେ। ମଧୁରଭାଷୀ ହୋଇପାରନ୍ତି। ଥଣ୍ଡାକଫଜନିତ ସାମାନ୍ୟ କ୍ଲେଶର ସମ୍ମୁଖୀନ ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ।
ମିଥୁନ : ଭାଗ୍ୟଶାଳୀ ହେବେ। ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ମଧୁର କଥା କହିବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କଠାରୁ ସାହାଯ୍ୟ ମିଳିବ। ଧନାଗମ ହେବ।
କର୍କଟ : ଶ୍ରୀଚନ୍ଦ୍ର ଭୋଗ ହେତୁ ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ଆୟ ଅଶାନ୍ତ ରୂପ ହେବ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲି ମୋକଦ୍ଦମାରେ ବିଜୟୀ ହେବେ। ମୋକଦ୍ଦମା ଖର୍ଚ୍ଚ ମିଳିପାରେ।
ସିଂହ : କାର୍ଯ୍ୟ ବ୍ୟୟ ବହୁଳ ହେବ। ବାଧାବିଘ୍ନକୁ ଏଡ଼ାଇ ଆଗକୁ ବଢ଼ିପାରନ୍ତି। କର୍ମ ଚଞ୍ଚଳ ରହିବେ। ମଧୁର କଥାରେ ଜନ, ମନ ବଶ କରିପାରନ୍ତି। ସାଧନାର ପ୍ରଥମ ସୋପାନରେ ପଦାର୍ପଣ କରିବେ। ଧାର୍ମିକ ହେବେ।
କନ୍ୟା : ଆଶ୍ବସ୍ତି ମିଳିବ। ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଅର୍ଥପ୍ରାପ୍ତିର ସୁଯୋଗ ଅଛି। ଶାସ୍ତ୍ରଜ୍ଞ ହେବେ।
ତୁଳା : ସୁଖ, ସମ୍ମାନ ଲାଭ କରିପାରନ୍ତି। କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପାରିବାରିକ ସ୍ନେହ ରହିବ।
ବିଛା : ପରୋପକାରୀ ହେବେ। ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗ ବିଳାସ କରିପାରନ୍ତି। ମନ ପ୍ରସନ୍ନ ରହିବ। ଜୀବନ, ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ପ୍ରବଳ ଉଦ୍ୟୋଗୀ ହେବେ।
ଧନୁ : ଶାରୀରିକ କ୍ଲେଶ ଅନୁଭବ କରିପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟରୁ ଲାଭବାନ୍‌ ହେବେ। ପ୍ରତିହିଂସା ପରାୟଣ ହୋଇପାରନ୍ତି। ସର୍ଦ୍ଦିକଫଜନିତ ପୀଡ଼ା ଭୋଗ ହେବା ସୂଚନା ମିଳୁଛି।
ମକର : ବନ୍ଧୁ ମିଳନ ଘଟିବ। ବ୍ୟବସାୟ ଲାଭଜନକ ହେବ। ସମାଜସେବା ପ୍ରତି ମନ ବଳାଇ ପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ମନରେ ଗର୍ବଭାବ ଉଦ୍ରେକ ହୋଇପାରେ। ପତ୍ନୀଙ୍କ ପରାମର୍ଶରେ ପରିଚାଳିତ ହେବେ।
କୁମ୍ଭ : ବନ୍ଧୁ ସହଯୋଗ ପାଇ ଖୁସି ହେବେ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ବଳିଷ୍ଠ ଓ ଶତ୍ରୁହନ୍ତା ହେବେ। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କଠାରୁ ପ୍ରଶଂସା ମିଳିବ।
ମୀନ : ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ପାଇବେ। କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଲଟେରି ଉଠାଣ ଫଳ ସପକ୍ଷରେ ଯାଇପାରେ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟ ଭଲରେ ଚାଲିବ।

Breaking News