ରିପୋର୍ଟ କାର୍ଡ / ଭୁବନେଶ୍ୱର
ମେଷ : ମନୋବଳ ଦୃଢ଼ ରହିବ। ଭାଇମାନଙ୍କ ଉପରେ ସ୍ନେହ-ଶ୍ରଦ୍ଧା ଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ।
ବୃଷ : କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନଲାଭ ହୋଇପାରେ। ବାଜି ଜିଣି ପାରନ୍ତି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ। ତନ୍ତ୍ର-ମନ୍ତ୍ରାଦି ଗୁୁପ୍ତ ବିଦ୍ୟା ପ୍ରତି ଆଗ୍ରହୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ମିଥୁନ : ଉଦାର ସ୍ବଭାବର ହେବେ। ଦାନଶୀଳ ହୋଇପାରନ୍ତି। ବ୍ୟକ୍ତିତ୍ବର ବିକାଶ ଘଟିବ। ସୁସ୍ଥ ରହିବେ। ପ୍ରେମୀ ଓ ବୁଦ୍ଧିମାନ୍ ହୋଇପାରନ୍ତି। କୃଷି ଉପରେ ଯତ୍ନଶୀଳ ହେବେ। ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ।
କର୍କଟ : କାର୍ଯ୍ୟରେ ସଫଳତା ଲାଭ କରିବେ। ମନ ପ୍ରସନ୍ନ ରହିବ। ଆତ୍ମବିଶ୍ବାସୀ ହେବେ। ମଧୁରଭାଷୀ ହୋଇପାରନ୍ତି। ଥଣ୍ଡା-କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ବିଭିନ୍ନ ସ୍ତରରୁ ଧନାଗମ ହେବାର ସୂଚନା ମିଳୁଛି।
ସିଂହ : ଆଶାବାଦୀ ହେବେ। ଭାଗ୍ୟଶାଳୀ ହୋଇପାରନ୍ତି। ଉତ୍ତମ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ଈଶ୍ବର ବିଶ୍ବାସୀ ହେବେ। ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଉତ୍ତମ ମିତ୍ରଙ୍କ ସାନ୍ନିଧ୍ୟ ମିଳିବ।
କନ୍ୟା : ସୁଖୀ ହେବେ। ସମ୍ମାନିତ ହୋଇପାରନ୍ତି। ଐଶ୍ବର୍ଯ୍ୟପ୍ରାପ୍ତିର ସୂଚନା ମିଳୁଛି। ମୋକଦ୍ଦମାରେ ବିଜୟୀ ହୋଇ ଧନପ୍ରାପ୍ତ ହେବେ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ବିଦ୍ବାନ୍ ଓ ଶାସ୍ତ୍ରଜ୍ଞ ହୋଇପାରନ୍ତି। ସୁସ୍ଥ ରହିବେ। ତୁଳା : ମନ ବିଷର୍ଣ୍ଣ ରହିବ। ଅଯଥାରେ ଅଧିକ ବ୍ୟୟର ସମ୍ମୁଖୀନ ହୋଇପାରନ୍ତି। ଚଞ୍ଚଳ ସ୍ବଭାବର ହେବେ। ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି। ସାଧନାର ପ୍ରଥମ ସୋପାନ ଏକାନ୍ତବାସକୁ ଇଚ୍ଛା ପ୍ରକାଶ କରିବେ।
ବିଛା : କାର୍ଯ୍ୟରେ ସଫଳତା ଲାଭ କରିବେ। ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜଧନ ପ୍ରାପ୍ତିର ସୂଚନା ମିଳୁଛି।
ଧନୁ : ସାଧନାରେ ସିଦ୍ଧିପ୍ରାପ୍ତ ହେବେ। କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପାରିବାରିକ ସ୍ନେହ ରହିବ।
ମକର : ସତ୍ସଙ୍ଗୀ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ଭୋଗୀ ଓ ବିଳାସୀ ହୋଇପାରନ୍ତି। ଜୀବନ, ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସମାଜସେବା ଓ ପରୋପକାର କରିବାକୁ ମନ ବଳାଇ ପାରନ୍ତି।
କୁମ୍ଭ : ସ୍ବାଭିମାନୀ ହୋଇପାରନ୍ତି। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଶୁଭକାର୍ଯ୍ୟକୁ ସ୍ଥଗିତ ରଖିବାକୁ ପଡ଼ିବ। ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କରେ ଚଳିବାକୁ ପଡ଼ିବ।
ମୀନ : ଆମୋଦ-ପ୍ରମୋଦରେ ଦିନଟି ଅତିବାହିତ କରିପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସମାଜସେବାରେ ମନ ବଳାଇ ପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ। ପତ୍ନୀଙ୍କ ହିତୋପଦେଶ ମାନି ଚଳିବେ।
More Stories
ପୈତୃକ ସମ୍ପତ୍ତି ଭୋଗ କରିବେ……
ଉଦ୍ୟୋଗୀ ହେବେ…..
ବନ୍ଧୁ ସୁଖ ମିଳିବ…..