Report Card Odisha

| Daily Odia News

ରାତି୧୦ଟାରେ ଉଠିବ ମହାଦୀପ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆଜି ପବିତ୍ର ଜାଗର ଯାତ୍ରା । ଦେବାଧି ଦେବ ମହାଦେବଙ୍କ ଭକ୍ତଙ୍କ ପାଇଁ ବିଶେଷ ଦିନ । ଏଥିଲାଗି ରାଜ୍ୟର ବିଭିନ୍ନ ଶୈବପୀଠ ଆଜି ଚଳଚଞ୍ଚଳ ହୋଇଉଠିଛି। ଶିବମୟ ହୋଇପଡିଛି ପରିବେଶ । ମହାଶିବରାତ୍ରୀ ପାଇଁ ମାଟିରୁ ଆକାଶ ସବୁଠି ଶିବମୟ, ହର ହର ମହାଦେବ ନାରାରେ ପ୍ରକମ୍ପିତ ହେଉଛି ଲିଙ୍ଗରାଜରୁ ଲୋକନାଥ ଓ ଧବଳେଶ୍ବରରୁ କପିଳାସ ପୀଠ । ସଜେଇ ହୋଇଛି ରାଜ୍ୟ ତଥା ଦେଶର ତମାମ ଶିବ ମନ୍ଦିର । ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନ ଠାରୁ ଆରମ୍ଭ କରି ସଠିକ ସମୟରେ ସମସ୍ତ ନୀତି ସମ୍ପାଦନ ଓ ମହାଦୀପ ଉଠିବା ନେଇ ନୀତିନିର୍ଘଣ୍ଟ ଧାର୍ଯ୍ୟ ହୋଇଛି । ଲିଙ୍ଗରାଜରେ ହଜାର ହଜାର ସଂଖ୍ୟାରେ ଦୀପ ଜାଳିବେ ଭକ୍ତ। ରାତି ୧୦ଟାରେ ଉଠିବ ପ୍ରଭୁ ଲିଙ୍ଗରାଜଙ୍କ ମହାଦୀପ । ଲକ୍ଷାଧିକ ଲୋକଙ୍କ ସମାଗମକୁ ଦେଖି ମନ୍ଦିର ପ୍ରଶାସନ ପକ୍ଷରୁ ହୋଇଛି ବ୍ୟାପକ ବ୍ୟବସ୍ଥା । ଶୃଙ୍ଖଳିତ ଦର୍ଶନ ପାଇଁ ଉଭୟ ମନ୍ଦିର ବାହାରେ ଓ ଭିତରେ ବ୍ୟାରିକେଡ଼ ବ୍ୟବସ୍ଥା କରାଯାଇଛି । ଲିଙ୍ଗରାଜରେ ସୁରକ୍ଷା ପାଇଁ ୪୧ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି

Breaking News