ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ହେଉଛି ପବିତ୍ର ଦୋଳପୂର୍ଣ୍ଣିମା। ଚଳିତବର୍ଷର ଆଜି ପ୍ରଥମ ଚନ୍ଦ୍ରଗ୍ରହଣ ପଡ଼ିଛି। ଏହି ଅବସରରେ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି କାନ୍ତି ଅନୁଷ୍ଠିତ ହେଉଛି। ଦୋଳପୂର୍ଣ୍ଣିମା ଅବସରରେ ମହାପ୍ରଭୁଙ୍କର ସୁନାବେଶ ଅନୁଷ୍ଠିତ ହେବ। ଦୋଳରେ ଦୋଳଗୋବିନ୍ଦ, ଚାପରେ ମଧୁସୁଦନ ଓ ରଥରେ ବାମନ ରୂପରେ ମହାପ୍ରଭୁଙ୍କ ଦର୍ଶନ ଭକ୍ତଙ୍କ ଭାଗ୍ୟରେ ଥିଲେ ମିଳିଥାଏ ବୋଲି ବିଶ୍ଵାସ ରହିଛି। କାରଣ ମହାପ୍ରଭୁଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଅନ୍ୟତମ ପ୍ରମୁଖ ଯାତ୍ରା ହେଉଛି ଦୋଳଯାତ୍ରା ବା ଦୋଳପୂର୍ଣ୍ଣିମା। ଫାଲଗୁନ ଶୁକ୍ଳ ଦଶମୀରୁ ଚୈତ୍ର ଶୁକ୍ଳ ପ୍ରତିପଦା ପର୍ଯ୍ୟନ୍ତ ଏକ ସପ୍ତାହ ବ୍ୟାପୀ ଶ୍ରୀମନ୍ଦିରରେ ଦୋଳଉତ୍ସବ ଓ ଦୋଳଯାତ୍ରା ଅନୁଷ୍ଠିତ ହୋଇଥାଏ। ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ଦୁର୍ଲଭ ରାଜରାଜେଶ୍ୱର ବା ସୁନାବେଶ ଅନୁଷ୍ଠିତ ହେବ। ଚନ୍ଦ୍ରଗ୍ରହଣ ପଡିଥିବାରୁ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି କାନ୍ତି ଅନୁଷ୍ଠିତ ହେଉଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚୁଡାନ୍ତ ହୋଇଥିବା ନୀତି ନିର୍ଘଣ୍ଟ ଅନୁଯାୟୀ ଦ୍ୱାର ଫିଟା, ମଙ୍ଗଳ ଆଳତୀ ପରେ ଅବକାଶ, ସୂର୍ଯ୍ୟପୂଜା, ଦ୍ୱାରପାଳ ପୂଜା ପରେ ସ୍ୱର୍ଣ୍ଣ ଅଳଙ୍କାରରେ ମହାପ୍ରଭୁ ବିଭୂଷିତ ହୋଇ ହଜାର ହଜାର ଭକ୍ତଙ୍କୁ ଦର୍ଶନ ଦେବାର ପରମ୍ପରା ରହିଛି।






More Stories
ଗ୍ରୀଷ୍ମ ପ୍ରବାହ ପାଇଁ ଏସଓପି ଜାରି……
ଘୋଷଣା ହେଲା ମାଟ୍ରିକ୍ ରେଜଲ୍ଟ ତାରିଖ…..
ଭୋଟଦାନରୁ ବିରତ ରହିବି…..