Report Card Odisha

| Daily Odia News

ଓଡ଼ିଶାରେ ରାହୁଲଙ୍କର ଆଜି ଦ୍ୱିତୀୟ ଦିନ……

ରିପୋର୍ଟ କାର୍ଡ / ସୁନ୍ଦରଗଡ଼

ଓଡ଼ିଶାରେ ରାହୁଲ ଗାନ୍ଧିଙ୍କ ଭାରତ ଯୋଡ଼ ନ୍ୟାୟ ଯାତ୍ରାର ଦ୍ୱିତୀୟ ଦିନରେ ପହଂଚିଛି । ଆଜି ସୁନ୍ଦରଗଡ଼ ଜିଲ୍ଲା ବୀରମିତ୍ରପୁର ରାମପାଲରୁ ବାହାରିବେ ରାହୁଲ। ସିଧାସଳଖ ରାଉରକେଲାର ଉଦିତନଗର ଛକକୁ ଯାଇ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ। ଏହାପରେ ସେଠାରୁ ପାନପୋଷ ଛକକୁ ପଦଯାତ୍ରା କରିବା ସହିତ ସାଧାରଣ ସଭାରେ ଜନତାଙ୍କୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି । ପାନପୋଷରେ ସାଧାରଣ ସଭା ପରେ, ସେଠାରୁ ରାଜଗାଙ୍ଗପୁର ଯିବେ ଏବଂ ଆଉ ଏକ ସାଧାରଣ ସଭାରେ ଯୋଗ ଦେବେ ରାହୁଲ ଗାନ୍ଧି। ସେଠାରୁ କୁତ୍ରା ଓ ବଡ଼ଗାଁ ଦେଇ ସୁନ୍ଦରଗଡ଼ରେ ପହଞ୍ଚିବେ ଏବଂ ସେଠାରେ ଜନସଭା ପରେ ଝାରସୁଗୁଡ଼ା ଯିବେ ବୋଲି ସୂଚନା ମିଳିଛି।

Breaking News