Report Card Odisha

| Daily Odia News

ଆଜି ରାଜ୍ୟରେ ୮ଶହ ଟପିଲା କରୋନା ସଂକ୍ରମଣ ସଂଖ୍ୟା…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟରେ ଧୀରେ ଧୀରେ ବିଗୁଡୁଛି କରୋନା ସ୍ଥିତି | ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୮୭୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ କ୍ୱାରେଣ୍ଟିନରେ ୫୧୮ ଜଣ ଥିବାବେଳେ ଲୋକାଲ କଣ୍ଟାକ୍ଟ କେସ୍‌ ୩୬୧ ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୧୪୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୧୩୧ ଚିହ୍ନଟ ହୋଇଛନ୍ତି। ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୪୫,୫୨୬ରେ ପହଞ୍ଚିଛି । ଆକ୍ଟିଭ୍‌ କେସ୍-୪,୮୮୮ ଥିବାବେଳେ ୩ ଲକ୍ଷ ୩୮ ହଜାର ୬୬୨ ଜଣ ଆକ୍ରାନ୍ତ ସୁସ୍ଥ ହେଲେଣି | ଆଜିର ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳ ୨୦, ବାଲେଶ୍ଵର ୨୨, ବରଗଡ ୫୩, ଭଦ୍ରକ ୧୭, ବଲାଙ୍ଗୀର ୨୬, ବୌଦ୍ଧ ୧, କଟକ ୫,ଦେବଗଡ ୧, ଗଜପତି ୧, ଗଂଜାମ ୩୧, ଜଗତସିଂପୁର ୨, ଯାଜପୁର ୧୫, ଝାରସୁଗୁଡା ୨୩, କଳାହାଣ୍ଡି ୪୩, କନ୍ଧମାଳ ୫, କେନ୍ଦ୍ରାପଡ଼ା ୯,କେନ୍ଦୁଝର ୨୫, କୋରାପୁଟ ୫, ମୟୁରଭଞ୍ଜ ୨୯, ନବରଙ୍ଗପୁର ୧୯, ନୟାଗଡ଼ ୬, ରାୟଗଡା ୧୩, ନୂଆପଡା ୬୧, ପୁରୀ ୪୫, ସମ୍ବଲପୁର ୪୮, ସୋନେପୁର ୨, ଟେଷ୍ଟ ପୋଲ ୩୨ ରହିଛି |

Breaking News