ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ମାଗଣାରେ ବୁଲିପାରିବେ ବିଭିନ୍ନ ଐତିହ୍ୟ ସ୍ଥଳ। ଏଏସ୍ଆଇ ଅଧିନରେ ଥିବା ସମସ୍ତ ଐତିହ୍ୟ ସ୍ଥଳକୁ ଆଜି ଟିକେଟ୍ ମୁକ୍ତ କରାଯାଇଛି। ଓ୍ୱାଲର୍ଡ ହେରିଟେଜ୍ ଓ୍ୱିକ୍ ବା ବିଶ୍ୱ ଐତିହ୍ୟ ସପ୍ତାହ ଅବସରରେ ଏଏସ୍ଆଇ ପକ୍ଷରୁ ଏହି ଘୋଷଣା କରାଯାଇଛି। ଓଡ଼ିଶାରେ ମଧ୍ୟ ଏଏସ୍ଆଇ ଅଧିନରେ ଥିବା ସମସ୍ତ ଐତିହ୍ୟ ସ୍ଥଳରେ ଆଜି ଟିକେଟ୍ ଫ୍ରି କରାଯାଇଛି। କୋଣାର୍କ ମନ୍ଦିର ସହ ରାଜାରାଣୀ ପରିଦର୍ଶନ ପାଇଁ ଆଜି ପର୍ଯ୍ୟଟକଙ୍କୁ ଟିକେଟ୍ କରିବାକୁ ପଡ଼ିବନାହିଁ। ଏ ନେଇ ଏଏସ୍ଆଇ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି। ସେହିପରି ତାଜମହଲ ସମେତ ଦେଶରେ ଏଏସ୍ଆଇ ଅଧିନରେ ଥିବା ସମସ୍ତ ଐତିହ୍ୟ ସ୍ଥଳକୁ ଆଜି ପର୍ଯ୍ୟଟକମାନେ ବିନା ଟିକେଟରେ ଯାଇପାରିବେ।






More Stories
ଭିଜିଲାନ୍ସ ଜାଲରେ ଟ୍ରେଜେରୀ ଅଫିସର କିରାଣୀ…..
୨ ପର୍ଯ୍ୟଟକ ମୃତ…..
ଜରୁରୀ ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ…..