Report Card Odisha

| Daily Odia News

ଟ୍ରାକ୍‌ ମରାମତି ପରେ ଚାଲିଲା ଟ୍ରେନ…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ବିଶାଖାପାଟଣା-ପଲାସା ପାସେଞ୍ଜର ଟ୍ରେନ୍‌ ଧକ୍କାରେ ରେ ବଡଧରଣର ରେଳ ଦୁର୍ଘଟଣା ହୋଇଥିଲା | ଦୁର୍ଘଟଣାଗ୍ରସ୍ତ ଟ୍ରାକ୍‌ ମରାମତି ସରିବା ପରେ ଟ୍ରେନ୍‌ ଗଡିଥିବା ଜଣାପଡିଛି । ଅପ୍‌ ଲାଇନ୍‌ରେ ଟ୍ରାଏଲ୍‌ ରନ୍‌ ପରେ ଚାଲିଲା ଏକ୍ସପ୍ରେସ ଟ୍ରେନ୍‌। ମରାମତି ପରେ ଅର୍ଥାତ ଅପରାହ୍ନ ୨ଟା ୩୬ ମିନିଟ୍‌ରେ ଚାଲିଲା ପ୍ରଶାନ୍ତି ଏକ୍ସପ୍ରେସ୍‌। ଏକ୍ସପ୍ରେସ ଟ୍ରେନ ଚାଲିବା ନେଇ ରେଲୱେ ସୂଚନା ଦେଇଛି | ଦୁର୍ଘଟଣା ପରେ ଯୁଦ୍ଧକାଳୀନ ଭିତିରେ ଉଦ୍ଧାର ଓ ମରାମତି କାମ ଚାଲିଛି। ଟ୍ରାକ୍‌ ଉପରେ ପଡ଼ିଥିବା ବଗି ଗୁଡ଼ିକୁ ହଟା ଯାଉଛି। ଏଥିସହ ଟ୍ରାକ୍‌ ମରାମତି ଓ ବଦ୍ୟୁତ୍‌ କନେକସନ୍‌ ଦିଆଯାଉଛି। ମରାମତି କାମରେ ୯୦୦ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି। ଅପରାହ୍ଣ ଅପରାହ୍ନ ୨ଟା ୩୬ ୪ଟାରେ ଟ୍ରାକ୍‌ ମରାମତି କାମ ସରିଲା। ଟ୍ରାକ୍‌ ମରାମତି ପରେ ପ୍ରଥମେ ଟ୍ରାଏଲ୍‌ ହେଲା। ତା’ପରେ ପ୍ରଶାନ୍ତି ଏକ୍ସପ୍ରେସ ଯାଇଛି।

Breaking News