ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଜିଠୁ ପୁଣି ଥରେ ଆରମ୍ଭ ହୋଇଛି ଡ୍ରାଇଭରଙ୍କ ଦେଶବ୍ୟାପୀ ଆନ୍ଦୋଳନ । ନୂଆ ହିଟ୍ ଆଣ୍ଡ ରନ ଆଇନକୁ ବିରୋଧ କରି ଦୁଇ ଦିନ ତଳେ ପ୍ରତ୍ୟାହୃତ ହୋଇଥିବା ଆନ୍ଦୋଳନ ଆଜିଠୁ ପୁଣି ଥରେ ସମଗ୍ର ଦେଶରେ ଆରମ୍ଭ ହୋଇଛି। ଏଥିରେ ଓଡିଶାର ସମସ୍ତ ଡ୍ରାଇଭର ମଧ୍ୟ ସାମିଲ ହେବେ । ଆଗାମୀ ଦୁଇ ଦିନ ମଧ୍ୟରେ ସମଗ୍ର ରାଜ୍ୟର ଡ୍ରାଇଭର ନିଜ ଗାଡିକୁ ଘରେ କିମ୍ବା ନିଜ ମାଲିକଙ୍କ ଜିମା ଦେଇ ଆନ୍ଦୋଳନରେ ସାମିଲ ହେବେ । ଏନେଇ ରାଜ୍ୟ ଡ୍ରାଇଭର ମହାସଂଘର ସଭାପତି ପ୍ରଶାନ୍ତ ମେଣ୍ଡୁଲି ସୂଚନା ଦେଇଛନ୍ତି। ଏନେଇ ପ୍ରଶାନ୍ତ ମେଣ୍ଡୁଲି କହିଛନ୍ତି, ସରକାର ଆଜି ପର୍ଯ୍ୟନ୍ତ ଆମ ଦାବି ଶୁଣୁ ନାହାନ୍ତି, ଭୂଆଁ ବୁଲାଉଛନ୍ତି। କେନ୍ଦ୍ର ସରକାର ଲାଗୁ କରିଥିବା ନୂଆ ଆଇନ୍ ଅନୁଯାୟୀ, ଦୁର୍ଘଟଣା ହେଲେ ଡ୍ରାଇଭରଙ୍କୁ ୧୦ ବର୍ଷ ଜେଲ୍, ୭ ଲକ୍ଷ ଟଙ୍କା ଜରିମାନା ଦେବା ନିୟମ ଆଣିବାକୁ ଯାଉଛନ୍ତି। ଏପରି ସ୍ଥିତି ଉପୁଜିଲେ କୌଣସି ବି ଡ୍ରାଇଭର ଏତେ ଟଙ୍କା ଦେବା ସମ୍ଭବ ନୁହଁ। କେନ୍ଦ୍ର ସରକାର ନିକଟରେ ୩ ନୂଆ ଅପରାଧିକ ଆଇନ ପ୍ରଣୟନ କରିଛନ୍ତି। ଯଦି କୌଣସି ଟ୍ରକ୍ କିମ୍ବା ଡମ୍ପର ଡ୍ରାଇଭର କାହା ଉପରେ ଗାଡ଼ି ମାଡ଼ କରନ୍ତି ଏବଂ ତାଙ୍କର ମୃତ୍ୟୁ ହୋଇଯାଏ, ତା’ହେଲେ ଡ୍ରାଇଭରଙ୍କୁ ୧୦ ବର୍ଷ ଜେଲ ଦଣ୍ଡ ମିଳିବ। ଏଥିସହ ସେମାନଙ୍କୁ ୭ ଲକ୍ଷ ଟଙ୍କା ଜରିମାନା ମଧ୍ୟ ଦେବାକୁ ପଡିବ। ପୂର୍ବରୁ ଯେଉଁ ଆଇନ୍ ଥିଲା ସେଥିରେ ହିଟ୍ ଆଣ୍ଡ ରନ୍ ମାମଲାରେ ଫସିଥିବା ଡ୍ରାଇଭରଙ୍କୁ ବେଶ୍ ଅଳ୍ପ ଦିନ ମଧ୍ୟରେ ଜାମିନ ମିଳି ଯାଉଥିଲା। ଆଉ ଦୁଇ ବର୍ଷ ଜେଲ ଦଣ୍ଡର ବ୍ୟବସ୍ଥା ଥିଲା। ଏବେ ଏହି ଆଇନ୍ ବିରୋଧରେ ଡ୍ରାଇଭରମାନେ ରାସ୍ତାକୁ ଓହ୍ଲାଇବା ସହ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ କରିଛନ୍ତି।
More Stories
ନେତାନ୍ୟାହୁ ଙ୍କ ବିରୋଧରେ ଗିରଫ ପରୱାନା ଜାରି…..
କେନିଆରେ ରଦ୍ଦ ହେଲା ଆଦାନୀ ପ୍ରକଳ୍ପ…..
ଯୁକ୍ତ ୨ ରେ ୧୦୦ ରୁ ୨୪ ରଖିଲେ ପାସ୍….