ରିପୋର୍ଟ କାର୍ଡ / ଗଞ୍ଜାମ
ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ଅଲାରିଗଡ଼ ନିଷ୍ଟିପୁର ରାସ୍ତା ନିକଟ ଜଙ୍ଗଲର ଏକ ଗଛରୁ ୨ଟି ମୃତଦେହ ଉଦ୍ଧାର ହୋଇଛି। ମୃତକ ଦୁଇଜଣଙ୍କ ମଧ୍ୟରେ ଜଣେ ପୁରୁଷ ଓ ଅନ୍ୟ ଜଣେ ମହିଳା ରହିଛନ୍ତି। ସ୍ଥାନୀୟ ଲୋକେ ଗଛରେ ଝୁଲନ୍ତା ମୃତଦେହ ଦେଖିବା ପରେ ଏ ସମ୍ପର୍କରେ ପୋଲିସ କୁ ଖବର ଦେଇଥିଲେ । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଦ୍ବୟକୁ ଜବତ କରିଛି। ମୃତକ ଦ୍ବୟ କିଛିଦିନ ତଳେ ନିଖୋଜ ହୋଇଯାଇଥିବା ନେଇ ପରିବାର ପକ୍ଷରୁ ଥାନାରେ ଅଭିଯୋଗ କରାଯାଇଥିଲା। ଏହା ହତ୍ୟା ନା ଆତ୍ମହତ୍ୟା ତାହା ଏଯାଏ ସ୍ପଷ୍ଟ ହୋଇପାରି ନାହିଁ। ପୋଲିସ ଏହି ଘଟଣାର ତଦନ୍ତ କରୁଥିବା ଜଣାପଡିଛି |






More Stories
ଝାରପଡ଼ା ଜେଲରେ ଅସମ୍ଭାଳ ସ୍ଥିତି…..
ବ୍ୟବସାୟୀଙ୍କୁ ଅପହରଣ ଘଟଣା:୫୦ ଲକ୍ଷ ପାଇଁ ହୋଇଥିଲା ଷଡ଼ଯନ୍ତ୍ର……
ବ୍ୟବସାୟୀ ଅପହରଣ ମାମଲା: ପୋଲିସ-ସାମ୍ବାଦିକ ଗିରଫ…..