ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆମେରିକାରେ ପୁଣି ଦୁଇ ବିମାନ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ସିଆଟେଲ-ଟାକୋମା ଏୟାରପୋର୍ଟରେ ରନଓ୍ବେ ସମୟରେ ଏଭଳି ଅଘଟଣ ଘଟିଥିବା ସୂଚନା ମିଳିଛି। ବିମାନରେ ଥିବା ୧୪୨ ଯାତ୍ରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଜାପାନ ଏୟାର ଲାଇନ୍ସର ଜେଟ୍ ଓ ଡେଲ୍ଟା ଏୟାର ଲାଇନ୍ସ ମଧ୍ୟରେ ଧକ୍କା ହୋଇଛି। ଦୁର୍ଘଟଣା ପାଇଁ କିଛି ସମୟ ବିମାନ ଉଡାଣକୁ ବାତିଲ କରାଯାଇଛି। କିଛି ଦିନ ପୂର୍ବରୁ ମଧ୍ୟ ମଝି ଆକାଶରେ ଦୁଇ ବିମାନ ଧକ୍କା ହୋଇଥିଲା। ଆମେରିକାର ଓ୍ବାସିଂଟନ୍ ଡିସି ନିକଟରେ ରେଗାନ୍ ନ୍ୟାସନାଲ ଏୟାରପୋର୍ଟ ନିକଟରେ ଅବତରଣ ପୂର୍ବରୁ ଏକ ଆର୍ମି ହେଲିକପ୍ଟର ବିମାନଟିକୁ ଧକ୍କା ଦେଇଥିଲା। ପରେ ବିମାନଟି ଏକ ନଦୀକୁ ଖସି ପଡିଥିଲା। ଏଥିରେ ୧୯ ଜଣଙ୍କର ମୃତ୍ୟୁ ହୋଇଥିଲା। ଆଜି ମଧ୍ୟ ସମାନ ଘଟଣା ଦେଖିବାକୁ ମିଳିଛି।






More Stories
ଆଜି ଇସ୍ତଫା ଦେବେ ନୀତୀଶ…..
ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ…..
ନେପାଳର ପୂର୍ବତନ ପ୍ରଧାନମନ୍ତ୍ରୀ ଗିରଫ…..