ରିପୋର୍ଟ କାର୍ଡ / ଭୁବନେଶ୍ୱର
ୟୁଜି ଓ ପିଜି ଶେଷ ସେମିଷ୍ଟର ପରୀକ୍ଷା ଆସନ୍ତା ଜୁଲାଇ ୩୧ ସୁଦ୍ଧା ଶେଷ କରିବାକୁ ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶ ଦେଇଛି । ଏନେଇ ସମସ୍ତ ବିଶ୍ୱବିଦ୍ୟାଳୟର କୁଳପତି, ଡିଗ୍ରୀ କଲେଜର ଅଧ୍ୟକ୍ଷ ଓ ଶିକ୍ଷକ ଶିକ୍ଷା ପ୍ରତିଷ୍ଠାନର ଅଧ୍ୟକ୍ଷକୁ ଚିଠି ଲେଖାଯାଇଛି । ଉଚ୍ଚଶିକ୍ଷା ବିଭାଗ କହିଛି, ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ କମିଲାଣି । ତେଣୁ ଏକାଡେମିକ୍ ଆକ୍ଟିଭିଟିକୁ ସୁରୁଖୁରୁରେ ପରିଚାଳନା କରିବା ଲାଗି ଚଳିତ ଶିକ୍ଷା ବର୍ଷ ୨୦୨୧-୨୨ ପାଇଁ ଆସନ୍ତା ଜୁଲାଇ ସୁଦ୍ଧା ୟୁଜି ଓ ପିଜି ଶେଷ ସେମିଷ୍ଟାର ତଥା ବାର୍ଷିକ ପରୀକ୍ଷା ଶେଷ କରି ଅଗଷ୍ଟ ୧୫ ସୁଦ୍ଧା ଫଳ ପ୍ରକାଶ କରାଯାଉ । ଏଥିପାଇଁ ଆବଶ୍ୟକ ପଡ଼ିଲେ ଏକ୍ସଟ୍ରା କ୍ଲାସ୍ କରାଯିବ । ସେହିପରି ଅନ୍ୟ ପିଜି ଓ ୟୁଜି ସେମିଷ୍ଟାର ପରୀକ୍ଷା ଆସନ୍ତା ଶିକ୍ଷା ବର୍ଷଠାରୁ ଜୁନ ସୁଦ୍ଧା ଶେଷ କରି ଫଳ ପ୍ରକାଶ କରିବାକୁ କୁହାଯାଇଛି ।
More Stories
ଇସ୍ରାଏଲ ଆକ୍ରମଣରେ ହିଜବୁଲ୍ଲା କମାଣ୍ଡର ଅଲି ଜାମୋଲ ନିପାତ…..
ନିଜକୁ ସାମ୍ବାଦିକା କହି ଭାରତର ରୁ ତଥ୍ୟ ସଂଗ୍ରହ କରୁଥିଲେ…..
କୁବେର ମୁଖ୍ୟଯନ୍ତ୍ରୀ ଗିରଫ…..