Report Card Odisha

| Daily Odia News

ଆଜିଠୁ ସିଙ୍ଗାପୁର ଓ ଅଷ୍ଟ୍ରେଲିଆ ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆଜିଠୁ ସିଙ୍ଗାପୁର ଓ ଅଷ୍ଟ୍ରେଲିଆ ଗସ୍ତ କରିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ। ଶିକ୍ଷାକ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗ ବୃଦ୍ଧି ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏକ ପ୍ରତିନିଧି ମଣ୍ଡଳୀ ସହ ଆଜିଠାରୁ ୨୬ ତାରିଖ ପର୍ଯ୍ୟନ୍ତ ୭ ଦିନିଆ ସିଙ୍ଗାପୁର ଓ ଅଷ୍ଟ୍ରେଲିଆ ଗସ୍ତ କରିବେ। କେନ୍ଦ୍ରମନ୍ତ୍ରୀଙ୍କ ଏହି ଗସ୍ତ ଶିକ୍ଷାକ୍ଷେତ୍ରରେ ଉଭୟ ଦେଶର ସହଯୋଗ, ଭାଗିଦାରୀ ଏବଂ ସମନ୍ୱୟକୁ ପ୍ରୋତ୍ସାହିତ କରିବ। ସିଙ୍ଗାପୁର ଗସ୍ତ କାଳରେ ଶ୍ରୀ ପ୍ରଧାନ ପ୍ରବାସୀ ଭାରତୀୟଙ୍କୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି। ସିଙ୍ଗାପୁରର ପ୍ରଧାନମନ୍ତ୍ରୀ ଲରେନ୍ସ ୱଙ୍ଗ୍, ଉପପ୍ରଧାନମନ୍ତ୍ରୀ ଗାନ୍ କିମ୍ ୟୋଙ୍ଗ୍, ଶିକ୍ଷାମନ୍ତ୍ରୀ ଚାନ୍ ଚୁନ୍ ସିଂ ଏବଂ ବୈଦେଶିକ ମନ୍ତ୍ରୀ ଭିଭିଆନ୍ ବାଲକ୍ରିଷ୍ଣନଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ସେହିପରି ଅଷ୍ଟ୍ରେଲିଆରେ ଶିକ୍ଷାମନ୍ତ୍ରୀ ଜେସନ କ୍ଲେୟାରଙ୍କୁ ଭେଟିବା ସହିତ ‘ଅଷ୍ଟ୍ରେଲିଆ ଅନ୍ତର୍ଜାତୀୟ ଶିକ୍ଷା ସମ୍ମିଳନୀ’ରେ ପରି କାର୍ଯ୍ୟକ୍ରମରେ ଯୋଗଦେବେ।

Breaking News