ରିପୋର୍ଟ କାର୍ଡ / ଭୁବନେଶ୍ଵର
ଆଜି ପହିଲି ରଜ। ରଜ ପର୍ବ ପାଇଁ ଆଜି ସାରା ରାଜ୍ୟ ଉତ୍ସବ ମୁଖର । ଓଡ଼ିଶାର ପାରମ୍ପରିକ ଗଣ ପର୍ବ ରଜ। ତିନି ଦିନ ଧରି ଗାଁଠୁ ସହର ସବୁଠୁ ରଜର ଆସର ଜମିଥାଏ। ପହିଲି ରଜରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟବାସୀମାନଙ୍କୁ ଶୁଭେଚ୍ଛା ଜ୍ଞାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ସମସ୍ତଙ୍କର ମଙ୍ଗଳ କାମନା କରିଛନ୍ତି। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜର ସୋସିଆଲ ମିଡିଆ ଏକାଉଣ୍ଟ ‘ଏକ୍ସ’ରେ ଲେଖିଛନ୍ତି, ଓଡ଼ିଶାର କୃଷିଭିତ୍ତିକ ଗଣପର୍ବ ‘ରଜ’ ଉପଲକ୍ଷେ ହାର୍ଦ୍ଦିକ ଶୁଭକାମନା । ରଜ ଆମ ଓଡ଼ିଆ ଅସ୍ମିତାର ଅନନ୍ୟ ପରିଚୟ । ପ୍ରକୃତି, ଧରିତ୍ରୀ ଓ ନାରୀକୁ ପୂଜା କରିବା ଏବଂ ସମ୍ମାନ ଜଣାଇବାର ସ୍ୱତନ୍ତ୍ର ପରମ୍ପରା । ପ୍ରକୃତି ସହ ଯୋଡ଼ିହେବାର ଏହି ମହାନ ପରମ୍ପରା ସମାଜରେ ଭାଇଚାରାକୁ ଆହୁରି ସୁଦୃଢ଼ କରୁ, ଏହା କାମନା ।






More Stories
ପୀତବାସ ହତ୍ୟା ମାମଲାର: ଡାକ୍ତରଙ୍କ ମୋବାଇଲ ଫୋନ ଜବତ…..
ରାଜ୍ୟସଭା ନିର୍ବାଚନ କ୍ରସ୍ ଭୋଟିଂ ମାମଲା:ଆଜି ଶୁଣାଣି…..
ଲୋକସେବା ଭବନ ‘ତମାଖୁମୁକ୍ତ ଅଞ୍ଚଳ’ ଘୋଷିତ…..