Report Card Odisha

| Daily Odia News

ଓଡିଶା ଗସ୍ତରେ ବେବେ କେନ୍ଦ୍ର ଅର୍ଥ ମନ୍ତ୍ରୀ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆସନ୍ତା ୧୬ ତାରିଖରୁ ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ | ୧୬ ତାରିଖରେ କେନ୍ଦ୍ର ଅର୍ଥ ମନ୍ତ୍ରୀ ବିଜେପିର ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବେ  | ୧୭ ତାରିଖରେ ଚାଟାର୍ଡ ଆକାଉଣ୍ଟାଣ୍ଟ ସମ୍ମିଳନୀରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି | ଏହି ଦୁଇ ଦିନିଆ ଗସ୍ତ ସମୟରେ ଅର୍ଥ ମନ୍ତ୍ରୀ ପୁରୀ ଯାଇ ଜଗନ୍ନାଥଙ୍କ ଦର୍ଶନ କରିବେ| ଏହାପରେ ଅର୍ଥ ମନ୍ତ୍ରୀ କଟକ ମହାନଗର ନିଗମର ପ୍ରଥମ ମହିଳା ମେୟର ତଥା ପୂର୍ବତନ ବିଧାୟିକା ଦିବଂଗତ ନିବେଦିତା ପ୍ରଧାନଙ୍କର ସ୍ମୃତି ଉଦେଶ୍ୟରେ ଏକ ଶ୍ରଦ୍ଧାଞ୍ଜଳି ସଭାରେ ମଧ୍ୟ ଯୋଗ ଦେବା ନେଇ ସୂଚନା ମିଳିଛି|

Breaking News