ରିପୋର୍ଟ କାର୍ଡ / ଭୁବନେଶ୍ୱର
ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଅଛନ୍ତି କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ | ଆଜି ସକାଳେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। ସୀତାରମଣଙ୍କ ସହ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର,ବିଧାୟକ ଜୟନ୍ତ ଷଡ଼ଙ୍ଗୀ ଓ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର ମଧ୍ୟ ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି। ଶ୍ରୀଜିଉଙ୍କୁ ଦର୍ଶନ କରିବା ପରେ କେନ୍ଦ୍ର ଅର୍ଥ ମନ୍ତ୍ରୀ ୯ଟା ୧୫ରୁ ୧୦ଟା ୧୫ ମଧ୍ୟରେ ‘ମୋ ମାଟି ମୋ ଦେଶ ଅଭିଯାନରେ ପୁରୀ ପେଣ୍ଠକଟା ଠାରେ ଥିବା ସଦାଶିବ ସଂସ୍କୃତ ବିଶ୍ୱବିଦ୍ୟାଳୟ ପକ୍ଷରୁ ଆୟୋଜିତ ଚାରାରୋପଣ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହାପରେ ୧୦ଟା ୩୦ ରୁ ୧୧ଟା ୧୫ ମଧ୍ୟରେ ସ୍ୱାଧୀନତା ସଂଗ୍ରାମୀ ଜୟୀ ରାଜଗୁରୁଙ୍କ ଗାଁ ବୀରହରେକୃଷ୍ଣପୁରକୁ ଯାଇ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ।ଉଲେଖ ଯୋଗ୍ୟ- ଗତକାଲି ନିର୍ମଳା ସୀତାରମଣ ସନ୍ଧ୍ୟାରେ ଭୁବନେଶ୍ୱରରେ ପହଂଚିବା ପରେ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଏକ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ |






More Stories
ଝିଅ ଜନ୍ମ ହେଲେ ସରକାର ଦେବେ ଟଙ୍କା…..
ତୈଳ କମ୍ପାନୀମାନଙ୍କ ସହ ଯୋଗାଣ ମନ୍ତ୍ରୀଙ୍କ ବୈଠକ…..
ପଶ୍ଚିମବଙ୍ଗରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ…..