Report Card Odisha

| Daily Odia News

ଆଗୁଆ ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ବାରସ୍ତ କେନ୍ଦ୍ର ମନ୍ତ୍ରୀ ବିଶ୍ବେଶ୍ବର ଟୁଡୁ…..

ରିପୋର୍ଟ କାର୍ଡ / କଟକ

ଆଗୁଆ ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ବାରସ୍ତ ହୋଇଛନ୍ତି କେନ୍ଦ୍ର ଆଦିବାସୀ ବ୍ୟାପାର ଓ ଜଳଶକ୍ତି ମନ୍ତ୍ରୀ ବିଶ୍ବେଶ୍ବର ଟୁଡୁ । ବାରିପଦା ଟାଉନ ଥାନାରେ ଗତ ଜାନୁଆରୀ ମାସରେ ରୁଜୁ ମାମଲାରେ ଆଗୁଆ ଜାମିନ ପାଇଁ ଆବେଦନ କରିଛନ୍ତି କେନ୍ଦ୍ରମନ୍ତ୍ରୀ । ସୂଚନାଯୋଗ୍ୟ ଯେ, ମୟୁରଭଞ୍ଜ ଜିଲ୍ଲାର ଦୁଇ ଜଣ ସରକାରୀ କର୍ମଚାରୀଙ୍କୁ ଦଳୀୟ କାର୍ଯ୍ୟାଳୟରେ ମାଡ଼ ମାରିଥିବା ନେଇ କେନ୍ଦ୍ରମନ୍ତ୍ରୀଙ୍କ ବିରୋଧରେ ଅଭିଯୋଗ ହୋଇଥିଲା । ଜିଲ୍ଲା କାର୍ଯ୍ୟାଳୟରେ ଜିଲ୍ଲା ଯୋଜନା ଓ ପର୍ଯ୍ୟବେକ୍ଷଣ ବିଭାଗର ଉପନିର୍ଦ୍ଦେଶକ ଅଶ୍ବିନ କୁମାର ମଲ୍ଲିକ ଓ ସହକାରୀ ନିର୍ଦ୍ଦେଶକ ଦେବାଶିଷ ମହାପାତ୍ରଙ୍କୁ ମନ୍ତ୍ରୀ ଅସ୍ରାବ୍ୟ ଭାଷାରେ ଗାଳିଗୁଲଜ କରିବା ସହିତ ଏକ ପ୍ଲାଷ୍ଟିକ୍ ଚେୟାରରେ ପିଟିଥିବା ଅଭିଯୋଗ ହୋଇଥିଲା । ଉଭୟ କର୍ମଚାରୀ ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ବେଳେ ଏନେଇ ବାରିପଦା ଟାଉନ ଥାନାରେ ଏତଲା ଦିଆଯାଇଥିଲା । ତେବେ ଏହି ଘଟଣାରେ ପୋଲିସ ତଦନ୍ତ କରୁଥିବା ବେଳେ ବିଶ୍ବେଶ୍ବର ଟୁଡୁ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଥିବା ଜଣାପଡିଛି।

 

Breaking News