ରିପୋର୍ଟ କାର୍ଡ / କଟକ
ଆଗୁଆ ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ବାରସ୍ତ ହୋଇଛନ୍ତି କେନ୍ଦ୍ର ଆଦିବାସୀ ବ୍ୟାପାର ଓ ଜଳଶକ୍ତି ମନ୍ତ୍ରୀ ବିଶ୍ବେଶ୍ବର ଟୁଡୁ । ବାରିପଦା ଟାଉନ ଥାନାରେ ଗତ ଜାନୁଆରୀ ମାସରେ ରୁଜୁ ମାମଲାରେ ଆଗୁଆ ଜାମିନ ପାଇଁ ଆବେଦନ କରିଛନ୍ତି କେନ୍ଦ୍ରମନ୍ତ୍ରୀ । ସୂଚନାଯୋଗ୍ୟ ଯେ, ମୟୁରଭଞ୍ଜ ଜିଲ୍ଲାର ଦୁଇ ଜଣ ସରକାରୀ କର୍ମଚାରୀଙ୍କୁ ଦଳୀୟ କାର୍ଯ୍ୟାଳୟରେ ମାଡ଼ ମାରିଥିବା ନେଇ କେନ୍ଦ୍ରମନ୍ତ୍ରୀଙ୍କ ବିରୋଧରେ ଅଭିଯୋଗ ହୋଇଥିଲା । ଜିଲ୍ଲା କାର୍ଯ୍ୟାଳୟରେ ଜିଲ୍ଲା ଯୋଜନା ଓ ପର୍ଯ୍ୟବେକ୍ଷଣ ବିଭାଗର ଉପନିର୍ଦ୍ଦେଶକ ଅଶ୍ବିନ କୁମାର ମଲ୍ଲିକ ଓ ସହକାରୀ ନିର୍ଦ୍ଦେଶକ ଦେବାଶିଷ ମହାପାତ୍ରଙ୍କୁ ମନ୍ତ୍ରୀ ଅସ୍ରାବ୍ୟ ଭାଷାରେ ଗାଳିଗୁଲଜ କରିବା ସହିତ ଏକ ପ୍ଲାଷ୍ଟିକ୍ ଚେୟାରରେ ପିଟିଥିବା ଅଭିଯୋଗ ହୋଇଥିଲା । ଉଭୟ କର୍ମଚାରୀ ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ବେଳେ ଏନେଇ ବାରିପଦା ଟାଉନ ଥାନାରେ ଏତଲା ଦିଆଯାଇଥିଲା । ତେବେ ଏହି ଘଟଣାରେ ପୋଲିସ ତଦନ୍ତ କରୁଥିବା ବେଳେ ବିଶ୍ବେଶ୍ବର ଟୁଡୁ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଥିବା ଜଣାପଡିଛି।






More Stories
ଅକ୍ଟୋବରରୁ ନୂଆ ଭୋଟର ତାଲିକା ପ୍ରସ୍ତୁତି…..
ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି…..
ହୀରାକୁଦ ଖୋଲିଲା ଆଉ ୪ ଗେଟ୍…..