ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ବାରାଣସୀରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ସୁରହୀ ଗାଁରେ କାର୍ ଓ ଟ୍ରକ ମଧ୍ୟରେ ଧକ୍କା ହୋଇ ପ୍ରାୟ ୮ ଜଣଙ୍କ ମୃତ୍ୟୁ ଘଟିଛି। ଏକ ୪ ବର୍ଷର ଶିଶୁକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସମସ୍ତ ମୃତକ ପିଲିଭୀତର ବାସିନ୍ଦା ବୋଲି ଜଣାପଡିଛି। ମିଳିଥିବା ସୂଚନା ଅନୁଯାୟୀ, ସଭିଏଁ ବାରାଣସୀ ଦର୍ଶନ ଓ ପୂଜା ପାଇଁ ଆସି ଘରକୁ ଫେରିବା ବାଟରେ ଏହି ଦୁର୍ଘଟଣା ଘଟିଛି। ଖବର ପାଇ ଘଟଣା ସ୍ଥଳରେ ଅଧିକାରୀ,ଉଦ୍ଧାରକାରୀ ଦଳ ଓ ପୋଲିସ ପହଞ୍ଚି ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛନ୍ତି। ସୁରହୀ ଗାଁରେ ଦ୍ରୁତ ଗତିରେ ଯାଉଥିବା ଏହି କାର୍ଟି ଆଗରେ ଯାଉଥିବା ଟ୍ରକକୁ ପଛପଟୁ ଧକ୍କା ଦେଇଥିଲା। ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିଥ୍ୟନାଥ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନର ଅଧିକାରୀଙ୍କୁ ଆହତଙ୍କ ଉପଯୁକ୍ତ ଚିକିତ୍ସା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।






More Stories
ଏପ୍ରିଲ ୨୨ରେ କେଦାରନାଥ…..
ତାରିକ ରହମାନଙ୍କ ଶପଥ ଗ୍ରହଣରେ ଯୋଗଦେବେ ଓମ୍ ବିର୍ଲା…..
ଗର୍ଲଫ୍ରେଣ୍ଡକୁ ସୁଟକେଶରେ ପୁରାଇ ଦେଲେ…..