ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୁଣି ଦ୍ବିତୀୟ ଥର ପାଇଁ ଉତ୍ତରପ୍ରଦେଶରେ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି । ଗତକାଲି ଯୋଗୀ ମୁଖ୍ୟମନ୍ତ୍ରୀ ଭାବେ ଶପଥଗ୍ରହଣ ନେଇଥିବା ବେଳେ ୨ ଜଣ ଉପମୁଖ୍ୟମନ୍ତ୍ରୀ ଓ ୫୦ ଜଣ ମନ୍ତ୍ରୀ, ରାଷ୍ଟ୍ର ମନ୍ତ୍ରୀ (ସ୍ୱତନ୍ତ୍ର ଦାୟିତ୍ୱ) ଓ ରାଷ୍ଟ୍ରମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ତେବେ ଆଜି ପୂର୍ବାହ୍ନ ୧୦ଟାରେ ଯୋଗୀ ସରକାରଙ୍କ ପ୍ରଥମ କ୍ୟାବିନେଟ୍ ବୈଠକ ବସିବାକୁ ଯାଇଛି । ଏହି ବୈଠକରେ ମୁଖ୍ୟମନ୍ତ୍ରୀ ଯୋଗୀ ପ୍ରଥମଥର ପାଇଁ ଅଧ୍ୟକ୍ଷତା କରିବେ । ପରେ ପୂର୍ବାହ୍ନ ୧୧ଟାରେ ବାଚସ୍ପତିଙ୍କ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ । ରାଜଭବନରେ ଏହି ସମାରୋହ ହେବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏଥିରେ ଅସ୍ଥାୟୀ ବାଚସ୍ପତି ଭାବେ ଶପଥ ନେବେ ରମାପତି ଶାସ୍ତ୍ରୀ । ଶପଥ ଗ୍ରହଣ ସମାରୋହରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଧ୍ୟ ସାମିଲ ହେବା ନେଇ ଜଣାପଡ଼ିଛି । ଖାଲି ସେତିକି ନୁହେଁ ଦିନ ସାଢ଼େ ୧୧ଟାରେ ମଧ୍ୟ ଯୋଗୀଙ୍କୁ ନେଇ ଆଉ ଏକ ବଡ଼ କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସଚିବ ସ୍ତରରୁ ଆରମ୍ଭ କରି ଉପରସ୍ତରର ଅଧିକାରୀଙ୍କୁ ସମ୍ବୋଧିତ କରିବେ ବୋଲି ସୂଚନା ଦିଆଯାଇଛି






More Stories
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ରବି ମିତ୍ତଲ…..
ରାମଲୀଲା ମୈଦାନରେ ଚାଷୀଙ୍କ ରଣହୁଙ୍କାର…..
ଇରାନ ଉପରେ ବଙ୍କର ବଷ୍ଟର ମାଡ଼ କଲା ଆମେରିକା…..