ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ପୁଣି ବୃଦ୍ଧି ପାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଦିନକରେ ଆଉ ୨୨,୮୫୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୧୨,୮୫,୫୬୧କୁ ବୃଦ୍ଧି ପାଇଛି । ୨୪ ଘଣ୍ଟାରେ ଚିକିତ୍ସାଧୀନ ଅବସ୍ଥାରେ ୧୨୬ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧,୫୮,୧୮୯ରେ ପହଞ୍ଚିଛି। ସେହିପରି ୧୮,୧୦୦ ଆକ୍ରାନ୍ତ ଦିନକରେ ସୁସ୍ଥ ହୋଇଥିବା ବେଳେ ମୋଟ ୧,୦୯,୩୮, ୧୪୬ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧,୮୯,୨୨୬ ସକ୍ରିୟ ଆକ୍ରାନ୍ତ ଚିିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।
More Stories
ତାମିଲନାଡୁରେ ଭୂସ୍ଖଳନ,୭ ମୃତ୍ୟୁ…..
୯ ହିନ୍ଦୁ ଗିରଫ କଲା ବାଂଲାଦେଶ ପୋଲିସ….
ମୋ ଘର ଦୂଆର ଏବଂ ଅଫିସ୍ ସବୁବେଳେ ଆପଣମାନଙ୍କ ପାଇଁ ଖୋଲା…..