ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଆବେଦନ ଉପରେ ଆଜି ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ଏହି ସମୟରେ ହେମନ୍ତ ସୋରେନଙ୍କ ଓକିଲ କପିଲ ସିବଲ୍ ଅନେକ ଯୁକ୍ତି ଉପସ୍ଥାପନ କରିଥିଲେ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ ମିଳିଥିବା ଜାମିନର ଉଦାହରଣ ମଧ୍ୟ ଦେଲେ, କିନ୍ତୁ ସୁପ୍ରିମକୋର୍ଟ ହେମନ୍ତ ସୋରେନଙ୍କୁ ଅନ୍ତରୀଣ ଜାମିନ ଦେବାକୁ ମନା କରି ଦେଇଛନ୍ତି। ଜମି ଦୁର୍ନୀତି ସହ ଜଡ଼ିତ ଅର୍ଥ ହେରଫେର ମାମଲାରେ ଗିରଫଦାରୀ ବିରୋଧରେ ସୋରେନ କରିଥିବା ଆବେଦନକୁ ଝାଡ଼ଖଣ୍ଡ ହାଇକୋର୍ଟ ଖାରଜ କରିଥିଲେ। ଏହାକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟଙ୍କ ଦ୍ଵାରସ୍ଥ ହୋଇଥିଲେ ହେମନ୍ତ ସୋରେନ।






More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଇରାନର ଗୁପ୍ତଚର ମୁଖ୍ୟ ନିହତ…..
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..